ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଡ୍ରାଇଭ: ଜୁଆଖେଳରୁ ୧୦ ଦିନରେ ୧୦୧ ଗିରଫ

ଛତ୍ରପୁର,୧୪ା୧୦(ଦିଲୀପ ସାମଲ): ପାର୍ବଣରେ ଚାଲିଥିବା ଜୁଆଖେଳଗୁଡିକରେ ଗଞ୍ଜାମ ପୋଲିସ ପକ୍ଷରୁ ଚଢାଉ ଜାରି ରହିଛି । ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ୧୦ ଦିନ ହେଲା ସ୍ବତନ୍ତ୍ର ଡ୍ରାଇଭ ଚାଲିଛି। ବେଆଇନ ମଦ କାରବାର ଉପରେ ଚଢ଼ାଉ କରାଯାଇ ୬୭୦ ଲିଟର ମଦ ଜବତ କରାଯିବା ସହ ୪୫ଟି ମାମଲା ରୁଜୁ କରାଯାଇଛି । ମଦ କାରବାର ଅଭିଯୋଗରେ ୪୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୨ଟି କାର ୨ଟି ବାଇକ ଜବତ ହୋଇଛି । ସେହିପରି ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆସିକା ଥାନା ଅଞ୍ଚଳରେ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବେଆଇନ ବାଣ ଜବତ କରାଯାଇଛି । ଅନ୍ୟପକ୍ଷରେ ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୮ଟି ଜୁଆ ଆଡ୍ଡା ଉପରେ ଚଢାଉ କରାଯାଇ ୪ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ କରାଯିବା ସହିତ ୧୦୧ ଜଣଙ୍କୁ ଗିରଫ କରାଯାଇଛି । ଏଥିସହିତ ୨୩ଟି ମୋବାଇଲ, ୨୪ଟି ମୋଟର ସାଇକେଲ, ୩ଟି କାର ଜବତ କରାଯାଇଥିବା ଗଞ୍ଜାମ ଏସ୍‌ପି ପାତ୍ର ସୂଚନା ଦେଇଛନ୍ତି । ଆଗାମୀ ଦିନରେ ଏପରି ଚଢାଉ ଜାରି ରହିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri