ଅବକାରୀ ବିଭାଗର ସ୍ପେଶାଲ ଡ୍ରାଇଭ: ୨୮ ଦିନରେ ୩୧୪୩ ମାମଲା

କଟକ ଅଫିସ, ୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ ଓ ନିଶାମୁକ୍ତ କରିବା ପାଇଁ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି।
ରବିବାର କଟକ ସିଡିଏ ସେକ୍ଟର-୨ସ୍ଥିତ ଅବକାରୀ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅବକାରୀ ବିଭାଗ ଡେପୁଟି କମିଶନର ରାମଚନ୍ଦ୍ର ପାଲଟା ସୂଚନା ଦେଇ କହିଛନ୍ତି ଯେ, ନିଶା କାରବାରକୁ ରୋକିବାକୁ ଚଢ଼ାଉକୁ ଜୋରଦାର କରାଯିବା ସହ ବିଭିନ୍ନ ସ୍ଥାନରେ ବର୍ଡର ପୋଷ୍ଟ ଚେକ୍‌ କରାଯିବ। ଏପରିକି ବିଭାଗ ପକ୍ଷରୁ ଏକ ଟୋଲ ଫ୍ରି ନମ୍ବର ୧୮୦୦୩୪୫୬୭୧୩ ଜାରି କରାଯାଇଛି। ଲୋକମାନେ ଏହି ନମ୍ବରରେ ଅଭିଯୋଗ କରିପାରିବେ। ପଞ୍ଚାୟତ ନିର୍ବାଚନରେ ଯେପରି କୌଣସି ନିଶା କାରବାରକୁ ନେଇ ଅପ୍ରୀତିକର ପରିସ୍ଥିତି ନ ଉପୁଜେ ସେଥିପ୍ରତି ଧ୍ୟାନ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଚଳିତ ମାସ ୧ରୁ ୨୮ ତାରିଖ ମଧ୍ୟରେ ସ୍ପେଶାଲ ଡ୍ରାଇଭ ଦ୍ୱାରା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ପ୍ରାୟ ୧୦କୋଟି ଟଙ୍କାର ମାଦକ ଦ୍ରବ୍ୟ ଜବତ କରାଯାଇଛି। ଏ ନେଇ ୩୧୪୩ ମାମଲା ରୁଜୁ ହୋଇଥିବାବେଳେ ୨୫୯୭ ଜଣଙ୍କୁ ଗିରଫ କରାଯାଇଛି। ଜବତ ମାଦକ ଦ୍ରବ୍ୟ ମଧ୍ୟରେ ୯୦, ୬୮୮ ଲିଟର ଦେଶୀମଦ, ୮ଲକ୍ଷ ୧୮ ହଜାର ୧୫୦ ଲିଟର ପୋଚ, ୪୯୫୧ କିଲୋ ଗଞ୍ଜେଇ, ୧୦୬୧ ଗ୍ରାମ୍‌ ବ୍ରାଉନ୍‌ସୁଗାର ଓ ୯୫୮ କିଲୋ ଭାଙ୍ଗ ରହିଛି।
ସେହିପରି ଗତବର୍ଷ ଡିସେମ୍ବର ଶେଷ ସୁଦ୍ଧା ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୯୭.୮୯ କୋଟି ଟଙ୍କାର ବେଆଇନ ମାଦକ ଦ୍ରବ୍ୟ ଜବତ କରାଯାଇଛି। ଏ ନେଇ ୨୭,୧୦୭ ମାମଲା ରୁଜୁ କରାଯାଇ ୨୨,୩୫୫ ଜଣଙ୍କୁ ଗିରଫ କରାଯାଇଛି। ଜବତ ମାଦକ ଦ୍ରବ୍ୟ ମଧ୍ୟରେ ୭ ଲକ୍ଷ ୩୨ ହଜାର ୪୩୭ ଲିଟର ଦେଶୀମଦ, ୭୮ ଲକ୍ଷ ୨୦ ହଜାର ୮୭୧କେଜି ପୋଚ, ୫ ହଜାର ୫୦ ଲିଟର ନକଲି ମଦ, ବିନା ଆୟକର ପଇଠରେ ୨୦୩୪ ଲିଟର ବିଦେଶୀ ମଦ ଓ ୩୬୭୧ ସ୍ପିରିଟ, ୨୧, ୦୪୬ କେଜି ଗଞ୍ଜେଇ, ୯୨୮୮.୯ କେଜି ବ୍ରାଉନ୍‌ସୁଗାର, ୫୮୧ ଲିଟର କଫସିରପ ରହିଛି। ଏଥିସହ ଉକ୍ତ କାରବାରରେ ବ୍ୟବହୃତ ୧୫୩୨ଟି ବାଇକ୍‌ ଜବତ କରାଯାଇଥିବା ପାଲଟା କହିଛନ୍ତି। ସୂଚନାଯୋଗ୍ୟ, ଗତ ଶୁକ୍ରବାର ଅବକାରୀ ବିଭାଗ ପ୍ରମୁଖ ସଚିବ ସୁଶୀଲ ଲୋହାନୀ ରାଜ୍ୟର ଅବକାରୀ କାର୍ଯ୍ୟକଳାପ ନେଇ ସମସ୍ତ ଅବକାରୀ ସୁପରିଣ୍ଟେଣ୍ଡେଣ୍ଟଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଏକ ସମୀକ୍ଷା କରିଥିଲେ। ରାଜ୍ୟରେ ସ୍ବତନ୍ତ୍ର ଚଢ଼ାଉ ଜାରି ରହିଛି। ଏହାକୁ ନିର୍ବାଚନ ପ୍ରକ୍ରିୟା ଶେଷ ପର୍ଯ୍ୟନ୍ତ ଜାରି ରଖିବାକୁ ଲୋହାନୀ ନିର୍ଦ୍ଦେଶ ଦେଇଥିଲେ। ବିଶେଷକରି ନକଲି ମଦ, ଅପମିଶ୍ରିତ ବିଦେଶୀ ମଦ ଯୋଗୁ ଜୀବନହାନିର ଆଶଙ୍କା ରହିଥିବାରୁ ଏହା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?