‘ଆଦିବାସୀଙ୍କ ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯାଉଛି’

ଉମରକୋଟ,୨୯ା୧୦(ସ୍ବ.ପ୍ର.): ଆଦିବାସୀ କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସି ଉମରକୋଟ ନିର୍ବାଚନମଣ୍ଡଳୀରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ମନ୍ତ୍ରୀଙ୍କୁ ପ୍ରଥମେ ଏସ୍‌ଏସ୍‌ ଇଣ୍ଟରନ୍ୟାଶନାଲ ହୋଟେଲ ନିକଟରେ ସମସ୍ତ ବିଜେଡି ନେତା ଓ କର୍ମୀ ସ୍ବାଗତ କରିଥିଲେ। ସେଠାରୁ ମନ୍ତ୍ରୀ ଉମରକୋଟ ବ୍ଲକ ସେମଳା ଗ୍ରାମକୁ ଯାଇ ମିଶନ ଶକ୍ତି ଗୃହ ଉଦ୍‌ଘାଟନ କରିଥିଲେ। ପରେ ମନ୍ତ୍ରୀ ନାୟକଗୁଡ଼ା ଆଦିବାସୀ ଉନ୍ନୟନ ବିଭାଗ ବାଳିକା ଉଚ୍ଚ ବିଦ୍ୟାଳୟ ବୁଲିବା ସହ ପିଲାଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଏହାପରେ ମନ୍ତ୍ରୀ ସୁନାବେଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଗୃହ ଉଦ୍‌ଘାଟନ କରିଥିଲେ।
ଉମରକୋଟରେ କାର୍ଯ୍ୟକ୍ରମ ସାରି ମନ୍ତ୍ରୀ ରାଇଘର ବ୍ଲକ ଗ୍ରସ୍ତରେ ଯାଇଥିଲେ। ସେଠାରେ ମନ୍ତ୍ରୀ ଜନସାଧାରଣଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଆଦିବାସୀଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଜୀବନ ଜୀବିକା ଠାରୁ ଆରମ୍ଭ କରି ଶିକ୍ଷା ଓ ସ୍ବାସ୍ଥ୍ୟର ଉନ୍ନତିକୁ ଗୁରୁତ୍ୱ ଦେଉଛନ୍ତି। ମହିଳାଙ୍କୁ କିପରି ସଶକ୍ତ କରାଯିବ ସେ ଦିଗରେ ବିଶେଷ ଧ୍ୟାନ ଦେଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ବିଜୁ ସ୍ବାସ୍ଥ୍ୟ କାର୍ଡର ଲାଭ ବିଷୟରେ ଲୋକଙ୍କୁ ସଚେତନ କରିଛନ୍ତି। ରାଇଘର ଗସ୍ତ ସାରି ମନ୍ତ୍ରୀ ଉମରକୋଟ ନିକଟସ୍ଥ ୟୁଭି ୫୨ ଗ୍ରାମରେ କାଳୀ ପୂଜା ମଣ୍ଡପକୁ ଯାଇ ମଁାଙ୍କ ଆଶୀର୍ବାଦ ନେଇଥିଲେ। ସନ୍ଧ୍ୟାରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଶୁଭାରମ୍ଭ କରି ମିନା ବଜାର ବୁଲି ଫେରିଥିଲେ। କାର୍ଯ୍ୟକ୍ରମରେ ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝି, ପୂର୍ବତନ ଏମ୍‌ପି ତଥା ଆଦିବାସୀ ବିକାଶ ପରିଷଦର ରାଜ୍ୟ ଉପଦେଷ୍ଟା ପ୍ରଦୀପ ମାଝି, ଝରିଗାଁ ବିଧାୟକ ପ୍ରକାଶ ଚନ୍ଦ୍ର ମାଝି, ଜିଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଜିଲା ବିଜେଡି ମହିଳା ସଭାନେତ୍ରୀ ମଞ୍ଜୁଳା ମାଝି, ଉମରକୋଟ ବ୍ଲକ ଅଧ୍ୟକ୍ଷା ସୁଶୀଳା ମାଝି, ଉପାଧ୍ୟକ୍ଷ ଶ୍ୟାମଳ ସରକାର, ଉମରକୋଟ ପୌରାଧ୍ୟକ୍ଷ ରାଧା ଭତ୍ରା, ଉପାଧ୍ୟକ୍ଷ ସୁଧାଂଶୁ ଦାସ, ବିଜେଡି ନେତା ଦେବୀ ସିଂ ମାଝି, ଉମରକୋଟର ପୂର୍ବତନ ଅଧ୍ୟକ୍ଷ ଝାଡ଼େଶ୍ୱର ମହାନ୍ତି, ସାମାଜିକ କର୍ମୀ ମନୋଜ ଧଳ, ଉମରକୋଟ ନଗର ସଭାପତି କୈଳାସ ନାୟକଳ ସେମଳା ସରପଞ୍ଚ ଲଖନ ବଞ୍ଜାର, ସେମଳା ସମିତି ସଭ୍ୟ ତେଜପାଲ ରାଜଗଣ୍ଡ, ସୁନାବେଡ଼ା ସରପଞ୍ଚ ସବିତା ବଞ୍ଜାର ଯୋଗ ଦେଇଥିବାବେଳେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟନି କାର୍ଯ୍ୟକ୍ରମରେ ବିଡିଓ ହିମାଞ୍ଚଳ ମାଝି, ଅତିରିକ୍ତ ତହସିଲଦାର ଉମେଶ ପୂଜାରୀ, ଉମରକୋଟ ଥାନା ଅଧିକାରୀ ଦୀପକ କୁମାର ଜେନା, ଜିଲା ସମାଜ କଲ୍ୟାଣ ଅଧିକାରୀ ସ୍ବର୍ଣ୍ଣାଲତା ବିଶ୍ୱାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri