‘ଆଦିବାସୀଙ୍କ ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯାଉଛି’

ଉମରକୋଟ,୨୯ା୧୦(ସ୍ବ.ପ୍ର.): ଆଦିବାସୀ କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସି ଉମରକୋଟ ନିର୍ବାଚନମଣ୍ଡଳୀରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ମନ୍ତ୍ରୀଙ୍କୁ ପ୍ରଥମେ ଏସ୍‌ଏସ୍‌ ଇଣ୍ଟରନ୍ୟାଶନାଲ ହୋଟେଲ ନିକଟରେ ସମସ୍ତ ବିଜେଡି ନେତା ଓ କର୍ମୀ ସ୍ବାଗତ କରିଥିଲେ। ସେଠାରୁ ମନ୍ତ୍ରୀ ଉମରକୋଟ ବ୍ଲକ ସେମଳା ଗ୍ରାମକୁ ଯାଇ ମିଶନ ଶକ୍ତି ଗୃହ ଉଦ୍‌ଘାଟନ କରିଥିଲେ। ପରେ ମନ୍ତ୍ରୀ ନାୟକଗୁଡ଼ା ଆଦିବାସୀ ଉନ୍ନୟନ ବିଭାଗ ବାଳିକା ଉଚ୍ଚ ବିଦ୍ୟାଳୟ ବୁଲିବା ସହ ପିଲାଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଏହାପରେ ମନ୍ତ୍ରୀ ସୁନାବେଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଗୃହ ଉଦ୍‌ଘାଟନ କରିଥିଲେ।
ଉମରକୋଟରେ କାର୍ଯ୍ୟକ୍ରମ ସାରି ମନ୍ତ୍ରୀ ରାଇଘର ବ୍ଲକ ଗ୍ରସ୍ତରେ ଯାଇଥିଲେ। ସେଠାରେ ମନ୍ତ୍ରୀ ଜନସାଧାରଣଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଆଦିବାସୀଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଜୀବନ ଜୀବିକା ଠାରୁ ଆରମ୍ଭ କରି ଶିକ୍ଷା ଓ ସ୍ବାସ୍ଥ୍ୟର ଉନ୍ନତିକୁ ଗୁରୁତ୍ୱ ଦେଉଛନ୍ତି। ମହିଳାଙ୍କୁ କିପରି ସଶକ୍ତ କରାଯିବ ସେ ଦିଗରେ ବିଶେଷ ଧ୍ୟାନ ଦେଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ବିଜୁ ସ୍ବାସ୍ଥ୍ୟ କାର୍ଡର ଲାଭ ବିଷୟରେ ଲୋକଙ୍କୁ ସଚେତନ କରିଛନ୍ତି। ରାଇଘର ଗସ୍ତ ସାରି ମନ୍ତ୍ରୀ ଉମରକୋଟ ନିକଟସ୍ଥ ୟୁଭି ୫୨ ଗ୍ରାମରେ କାଳୀ ପୂଜା ମଣ୍ଡପକୁ ଯାଇ ମଁାଙ୍କ ଆଶୀର୍ବାଦ ନେଇଥିଲେ। ସନ୍ଧ୍ୟାରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଶୁଭାରମ୍ଭ କରି ମିନା ବଜାର ବୁଲି ଫେରିଥିଲେ। କାର୍ଯ୍ୟକ୍ରମରେ ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝି, ପୂର୍ବତନ ଏମ୍‌ପି ତଥା ଆଦିବାସୀ ବିକାଶ ପରିଷଦର ରାଜ୍ୟ ଉପଦେଷ୍ଟା ପ୍ରଦୀପ ମାଝି, ଝରିଗାଁ ବିଧାୟକ ପ୍ରକାଶ ଚନ୍ଦ୍ର ମାଝି, ଜିଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଜିଲା ବିଜେଡି ମହିଳା ସଭାନେତ୍ରୀ ମଞ୍ଜୁଳା ମାଝି, ଉମରକୋଟ ବ୍ଲକ ଅଧ୍ୟକ୍ଷା ସୁଶୀଳା ମାଝି, ଉପାଧ୍ୟକ୍ଷ ଶ୍ୟାମଳ ସରକାର, ଉମରକୋଟ ପୌରାଧ୍ୟକ୍ଷ ରାଧା ଭତ୍ରା, ଉପାଧ୍ୟକ୍ଷ ସୁଧାଂଶୁ ଦାସ, ବିଜେଡି ନେତା ଦେବୀ ସିଂ ମାଝି, ଉମରକୋଟର ପୂର୍ବତନ ଅଧ୍ୟକ୍ଷ ଝାଡ଼େଶ୍ୱର ମହାନ୍ତି, ସାମାଜିକ କର୍ମୀ ମନୋଜ ଧଳ, ଉମରକୋଟ ନଗର ସଭାପତି କୈଳାସ ନାୟକଳ ସେମଳା ସରପଞ୍ଚ ଲଖନ ବଞ୍ଜାର, ସେମଳା ସମିତି ସଭ୍ୟ ତେଜପାଲ ରାଜଗଣ୍ଡ, ସୁନାବେଡ଼ା ସରପଞ୍ଚ ସବିତା ବଞ୍ଜାର ଯୋଗ ଦେଇଥିବାବେଳେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟନି କାର୍ଯ୍ୟକ୍ରମରେ ବିଡିଓ ହିମାଞ୍ଚଳ ମାଝି, ଅତିରିକ୍ତ ତହସିଲଦାର ଉମେଶ ପୂଜାରୀ, ଉମରକୋଟ ଥାନା ଅଧିକାରୀ ଦୀପକ କୁମାର ଜେନା, ଜିଲା ସମାଜ କଲ୍ୟାଣ ଅଧିକାରୀ ସ୍ବର୍ଣ୍ଣାଲତା ବିଶ୍ୱାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri