ହକି ବିଶ୍ୱକପ୍‌ ପାଇଁ ୧୭ ସ୍ବତନ୍ତ୍ର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ୧୭ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ସ୍କ୍ବାଡ୍‌ରେ ଥିବା ଅଧିକାରୀ ଓ କର୍ମଚାରୀ ହାତରେ ଲାଠି ଧରି ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ତଦାରଖ କରିବା ସହିତ ରାସ୍ତା ଉପରେ ଠେଲାଗାଡି ଏବଂ ଉଠାଦୋକାନୀଙ୍କୁ ହଟାଇ ଜବରଦଖଲ, ପାର୍କିଂ ତଥା ଟ୍ରାଫିକ୍‌ ସମସ୍ୟା ଦୂର କରିବେ। ବିଡିଏ ଉପାଧ୍ୟକ୍ଷ ବଲଓ୍ବନ୍ତ ସିଂଙ୍କ ନିର୍ଦ୍ଦେଶକ୍ରମେ ଏହି ଟିମ୍‌ ଗଠନ ହୋଇଥିବାବେଳେ ଏଥିପାଇଁ ସ୍ବତନ୍ତ୍ର ଗାଡି ବ୍ୟବସ୍ଥା ହୋଇଛି। ସେହିପରି ସ୍ବତନ୍ତ୍ର ଡ୍ରେସ୍‌କୋଡ୍‌ ସହ ଗାଡିରେ ପୋଲିସ ସାଇରନ ଓ ଲାଇଟ୍‌ ରହିଛି। ୧୭ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌କୁ ଜଣେ ଓଏଏସ୍‌ ସ୍ତରର ଅଧିକାରୀ ମନିଟରିଂ କରିବେ। ପ୍ରତି ସ୍କ୍ବାଡ୍‌ରେ ଜଣେ ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ, ସର୍ଭେ ଆସିଷ୍ଟାଣ୍ଟ, ଜଣେ ବିଏମ୍‌ସି ଅଧିକାରୀ, ଜଣେ ୱାର୍କ ସାଇଟ୍‌ ଆସିଷ୍ଟାଣ୍ଟ ଓ ୨ଜଣ ସିକ୍ୟୁରିଟି କର୍ମଚାରୀ ରହିଛନ୍ତି। କମିଶନରେଟ ପୋଲିସଠାରୁ ଅନୁମତି ପରେ ପ୍ରତି ଏନ୍‌ଫୋର୍ସମେଣ୍ଟ ଗାଡିରେ ପୋଲିସ ଲାଇଟ୍‌ ସହିତ ସାଇରନ ବ୍ୟବସ୍ଥା ହୋଇଛି। ଏହା ସହ ଗାଡିରେ ମଧ୍ୟ ଷ୍ଟିକରିଂ କରାଯାଇଛି। ଲୋକମାନେ ଉଚ୍ଛେଦକାରୀ ଦଳକୁ ଚିହ୍ନିବାରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିପାଇଁ ସ୍ବତନ୍ତ୍ର ଗାଡି ଓ ଡ୍ରେସ୍‌କୋଡ୍‌ର ବ୍ୟବସ୍ଥା କରାଯାଇଥିବା ବିଡିଏ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri