ହକି ବିଶ୍ୱକପ୍‌ ପାଇଁ ୧୭ ସ୍ବତନ୍ତ୍ର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ୧୭ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ସ୍କ୍ବାଡ୍‌ରେ ଥିବା ଅଧିକାରୀ ଓ କର୍ମଚାରୀ ହାତରେ ଲାଠି ଧରି ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ତଦାରଖ କରିବା ସହିତ ରାସ୍ତା ଉପରେ ଠେଲାଗାଡି ଏବଂ ଉଠାଦୋକାନୀଙ୍କୁ ହଟାଇ ଜବରଦଖଲ, ପାର୍କିଂ ତଥା ଟ୍ରାଫିକ୍‌ ସମସ୍ୟା ଦୂର କରିବେ। ବିଡିଏ ଉପାଧ୍ୟକ୍ଷ ବଲଓ୍ବନ୍ତ ସିଂଙ୍କ ନିର୍ଦ୍ଦେଶକ୍ରମେ ଏହି ଟିମ୍‌ ଗଠନ ହୋଇଥିବାବେଳେ ଏଥିପାଇଁ ସ୍ବତନ୍ତ୍ର ଗାଡି ବ୍ୟବସ୍ଥା ହୋଇଛି। ସେହିପରି ସ୍ବତନ୍ତ୍ର ଡ୍ରେସ୍‌କୋଡ୍‌ ସହ ଗାଡିରେ ପୋଲିସ ସାଇରନ ଓ ଲାଇଟ୍‌ ରହିଛି। ୧୭ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌କୁ ଜଣେ ଓଏଏସ୍‌ ସ୍ତରର ଅଧିକାରୀ ମନିଟରିଂ କରିବେ। ପ୍ରତି ସ୍କ୍ବାଡ୍‌ରେ ଜଣେ ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ, ସର୍ଭେ ଆସିଷ୍ଟାଣ୍ଟ, ଜଣେ ବିଏମ୍‌ସି ଅଧିକାରୀ, ଜଣେ ୱାର୍କ ସାଇଟ୍‌ ଆସିଷ୍ଟାଣ୍ଟ ଓ ୨ଜଣ ସିକ୍ୟୁରିଟି କର୍ମଚାରୀ ରହିଛନ୍ତି। କମିଶନରେଟ ପୋଲିସଠାରୁ ଅନୁମତି ପରେ ପ୍ରତି ଏନ୍‌ଫୋର୍ସମେଣ୍ଟ ଗାଡିରେ ପୋଲିସ ଲାଇଟ୍‌ ସହିତ ସାଇରନ ବ୍ୟବସ୍ଥା ହୋଇଛି। ଏହା ସହ ଗାଡିରେ ମଧ୍ୟ ଷ୍ଟିକରିଂ କରାଯାଇଛି। ଲୋକମାନେ ଉଚ୍ଛେଦକାରୀ ଦଳକୁ ଚିହ୍ନିବାରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିପାଇଁ ସ୍ବତନ୍ତ୍ର ଗାଡି ଓ ଡ୍ରେସ୍‌କୋଡ୍‌ର ବ୍ୟବସ୍ଥା କରାଯାଇଥିବା ବିଡିଏ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri