ଖଣି ଜଗିବେ ସ୍ବତନ୍ତ୍ର ଫୋର୍ସ

ଖଇରା, ୧୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୯୭ ଖଣିରେ ୧୪୪ଧାରା ଲାଗୁ ସତ୍ତ୍ୱେ ପଥର ଚୋରା ଚାଲାଣ ଅବ୍ୟାହତ ରହିଛି। ଖଇରା ତହସିଲର କେତେଜଣ ଅସ୍ଥାୟୀ କର୍ମଚାରୀ ଓ ଖଣି ବ୍ୟବହାରୀଙ୍କ ମଧ୍ୟରେ ଭିତିରି ବୁଝାମଣା ଯୋଗୁ କୌଣସି ଅଧିକାରୀ ଖଣିମାଫିଆଙ୍କ ଉପରେ ଅଙ୍କୁଶ ଲଗାଇବାକୁ ସକ୍ଷମ ହୋଇ ପାରୁ ନ ଥିଲେ ା ମହେନ୍ଦ୍ର ପ୍ରସାଦ ବେହେରା ଖଇରା ନୂତନ କରି ତହସିଲଦାର ଭାବେ ଯୋଗଦେବା ପରେ ଏଭଳି କାର୍ଯ୍ୟ ଚାଲିଥିବା ହୃଦୟଙ୍ଗମ କରି ଏହା ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ନେବାକୁ ଅଣ୍ଟା ଭିଡିଛନ୍ତି ା ପ୍ରଥମେ ପାହାଡର ସୁରକ୍ଷା ପାଇଁ ଏପ୍ରିଲ ୨୯ତାରିଖରେ ପତ୍ର ସଂଖ୍ୟା ୧୨୬୫ରେ ୧ ପ୍ଲାଟୁନ ଫୋର୍ସ ଯୋଗାଇ ଦେବାକୁ ଅନୁରୋଧ କରିଥିଲେ। ତହସିଲଦାର ଚିଠିକୁ ଭିତ୍ତି କରି ଉପଜିଲାପାଳ ମେ’ ୭ତାରିଖରେ ପତ୍ର ସଂଖ୍ୟା ୮୨ରେ ତହସିଲଦାରଙ୍କୁ ସହାୟତା ପାଇଁ ୧ପ୍ଲାଟୁନ ଫୋର୍ସ ଯୋଗାଇ ଦେବାକୁ ଏସ୍‌ପିଙ୍କୁ ଅବଗତ କରାଇଛନ୍ତି ା
ଶାରୀଶୁଆ ପାହାଡରେ ଜୈବବିବିଧତା ନଷ୍ଟ ହେବା ଏବଂ ହାତୀମାନେ ଅସୁରକ୍ଷିତ ହୋଇ ପଡୁଥିବା ଉପରେ ଉଦ୍‌ବେଗ ପ୍ରକାଶ କରି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ୨୦୧୯ରେ ପାହାଡରେ ଚାଲିଥିବା ଖଣି ଖୋଳାକୁ ବେଆଇନ ଦର୍ଶାଇ ଏହା ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିଲେ। ପରବର୍ତ୍ତୀ ସମୟରେ ୧୪୪ଧାରା ଜାରି କରାଯାଇଥିଲେ ମଧ୍ୟ ଏହି ଅଞ୍ଚଳରୁ ରାତି ଅଧିଆ ଚୋରାରେ ଲଘୁ ଖଣିଜ ଖଣିଜ ପଦାର୍ଥ ପରିବହନ କରାଯାଉଥିବା ନେଇ ପାହାଡ ସଂଲଗ୍ନ ଗୁଆପାଳ, ବଗେଇପୁର, କଦଳୀଗଡିଆ, ଶରତ, ରମଦା, ବାଉଁଶଗଡିଆ ଆଦି ଗ୍ରାମର ବାସିନ୍ଦା ଅଭିଯୋଗ କରି ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri