ଖଣି ଜଗିବେ ସ୍ବତନ୍ତ୍ର ଫୋର୍ସ

ଖଇରା, ୧୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୯୭ ଖଣିରେ ୧୪୪ଧାରା ଲାଗୁ ସତ୍ତ୍ୱେ ପଥର ଚୋରା ଚାଲାଣ ଅବ୍ୟାହତ ରହିଛି। ଖଇରା ତହସିଲର କେତେଜଣ ଅସ୍ଥାୟୀ କର୍ମଚାରୀ ଓ ଖଣି ବ୍ୟବହାରୀଙ୍କ ମଧ୍ୟରେ ଭିତିରି ବୁଝାମଣା ଯୋଗୁ କୌଣସି ଅଧିକାରୀ ଖଣିମାଫିଆଙ୍କ ଉପରେ ଅଙ୍କୁଶ ଲଗାଇବାକୁ ସକ୍ଷମ ହୋଇ ପାରୁ ନ ଥିଲେ ା ମହେନ୍ଦ୍ର ପ୍ରସାଦ ବେହେରା ଖଇରା ନୂତନ କରି ତହସିଲଦାର ଭାବେ ଯୋଗଦେବା ପରେ ଏଭଳି କାର୍ଯ୍ୟ ଚାଲିଥିବା ହୃଦୟଙ୍ଗମ କରି ଏହା ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ନେବାକୁ ଅଣ୍ଟା ଭିଡିଛନ୍ତି ା ପ୍ରଥମେ ପାହାଡର ସୁରକ୍ଷା ପାଇଁ ଏପ୍ରିଲ ୨୯ତାରିଖରେ ପତ୍ର ସଂଖ୍ୟା ୧୨୬୫ରେ ୧ ପ୍ଲାଟୁନ ଫୋର୍ସ ଯୋଗାଇ ଦେବାକୁ ଅନୁରୋଧ କରିଥିଲେ। ତହସିଲଦାର ଚିଠିକୁ ଭିତ୍ତି କରି ଉପଜିଲାପାଳ ମେ’ ୭ତାରିଖରେ ପତ୍ର ସଂଖ୍ୟା ୮୨ରେ ତହସିଲଦାରଙ୍କୁ ସହାୟତା ପାଇଁ ୧ପ୍ଲାଟୁନ ଫୋର୍ସ ଯୋଗାଇ ଦେବାକୁ ଏସ୍‌ପିଙ୍କୁ ଅବଗତ କରାଇଛନ୍ତି ା
ଶାରୀଶୁଆ ପାହାଡରେ ଜୈବବିବିଧତା ନଷ୍ଟ ହେବା ଏବଂ ହାତୀମାନେ ଅସୁରକ୍ଷିତ ହୋଇ ପଡୁଥିବା ଉପରେ ଉଦ୍‌ବେଗ ପ୍ରକାଶ କରି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ୨୦୧୯ରେ ପାହାଡରେ ଚାଲିଥିବା ଖଣି ଖୋଳାକୁ ବେଆଇନ ଦର୍ଶାଇ ଏହା ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିଲେ। ପରବର୍ତ୍ତୀ ସମୟରେ ୧୪୪ଧାରା ଜାରି କରାଯାଇଥିଲେ ମଧ୍ୟ ଏହି ଅଞ୍ଚଳରୁ ରାତି ଅଧିଆ ଚୋରାରେ ଲଘୁ ଖଣିଜ ଖଣିଜ ପଦାର୍ଥ ପରିବହନ କରାଯାଉଥିବା ନେଇ ପାହାଡ ସଂଲଗ୍ନ ଗୁଆପାଳ, ବଗେଇପୁର, କଦଳୀଗଡିଆ, ଶରତ, ରମଦା, ବାଉଁଶଗଡିଆ ଆଦି ଗ୍ରାମର ବାସିନ୍ଦା ଅଭିଯୋଗ କରି ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri