ସ୍କୁଲର ଉନ୍ନତି ପାଇଁ ମିଳିବ ସ୍ବତନ୍ତ୍ର ଅନୁଦାନ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ସ୍କୁଲଗୁଡ଼ିକରେ ନାନା ସମସ୍ୟା ଓ ଅଭାବ ଅସୁବିଧା ଲାଗି ରହିଛି। ଏଥିରେ ସୁଧାର ଆଣିବା ଲାଗି ଗଣଶିକ୍ଷା ବିଭାଗ ଯୋଜନା କରିବା ସହ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିଛି। ରାଜ୍ୟର ସମସ୍ତ ୫୮ହଜାର ୮୯ଟି ସରକାରୀ ସ୍କୁଲର ଉନ୍ନତିକୁ ଫୋକସ୍‌ରେ ରଖାଯାଇଛି। ଏସବୁ ସ୍କୁଲ୍‌କୁ ବିଭାଗ ପକ୍ଷରୁ ବାର୍ଷିକ ଅନୁଦାନ ମିଳୁଥିବାବେଳେ ଆସନ୍ତାବର୍ଷଠାରୁ ସରକାର ସ୍ବତନ୍ତ୍ର ଅନୁଦାନ ପ୍ରଦାନ କରିବେ। ବିଶେଷକରି ସ୍କୁଲଗୁଡ଼ିକରେ ବିଜ୍ଞାନ ଉପକରଣ, ପାଠ୍ୟପୁସ୍ତକ, ଖେଳ ସରଞ୍ଜାମ, ଶିକ୍ଷାଦାନ ଲାଗି ପ୍ରଯୁକ୍ତିବିଦ୍ୟାର ଆବଶ୍ୟକତା ଅନୁଯାୟୀ ସୁବିଧା ସୁଯୋଗ ଏବଂ କିଛି ବାଳିକା ବିଦ୍ୟାଳୟରେ ପିଲାଙ୍କୁ ମୌଳିକ ସୁବିଧା ଯୋଗାଇବା ପାଇଁ ଏହି ସ୍ବତନ୍ତ୍ର ଅନୁଦାନ ଖର୍ଚ୍ଚ କରାଯିବ। ଏହାଦ୍ୱାରା ପ୍ରାୟ ୬୦ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବା ସହିତ ପିଲାଙ୍କ ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆସିପାରିବ। ତେବେ ପ୍ରଥମ ପର୍ଯ୍ୟାୟରେ ୧୫ହଜାର ପ୍ରାଥମିକ ସ୍କୁଲ ଏବଂ ୧୭ହଜାର ଉଚ୍ଚପ୍ରାଥମିକ ସ୍କୁଲଗୁଡ଼ିକୁ ତାଲିକାଭୁକ୍ତ କରାଯାଇଥିବାବେଳେ ୨୦୨୪ରୁ ରାଜ୍ୟର ସବୁ ସରକାରୀ ସ୍କୁଲ ଏହି ଯୋଜନାରେ ସାମିଲ ହେବାର ଯୋଜନା ରହିଛି।
ମିଳିଥିବା ସୂଚନାନୁସାରେ, ପ୍ରତି ସ୍କୁଲକୁ ୩ବର୍ଷରେ ଥରେ ସ୍ବତନ୍ତ୍ର ଅନୁଦାନ ବାବଦକୁ ୨୧ହଜାର ୫୦୦ ଟଙ୍କା ଦିଆଯିବ। ବିଜ୍ଞାନ ଉପକରଣ ଲାଗି ୫ହଜାର ଟଙ୍କା, ପାଠ୍ୟପୁସ୍ତକ ଲାଗି ୮ହଜାର ଟଙ୍କା, ଖେଳ ସରଞ୍ଜାମ ଲାଗି ଅଢ଼େଇ ହଜାର ଟଙ୍କା, ବାଳିକା ବିଦ୍ୟାଳୟଗୁଡ଼ିକରେ ପିଲାଙ୍କୁ ମୌଳିକ ସୁବିଧା ଲାଗି ୬ହଜାର ଟଙ୍କା ଦିଆଯିବ। ପ୍ରତି ୩ବର୍ଷକୁ ଥରେ ଏହି ଅନୁଦାନ ପ୍ରଦାନ କରାଯିବ। ସେହିପରି ସ୍କୁଲ ମନିଟରିଂ ଲାଗି ପ୍ରତ୍ୟେକ ସ୍କୁଲକୁ ବାର୍ଷିକ ଅତିରିକ୍ତ ୫ହଜାର ଟଙ୍କା ମଧ୍ୟ ପ୍ରଦାନ କରାଯିବ। ଏଥିରେ ଶିକ୍ଷକଙ୍କ ଲାଗି ତାଲିମ୍‌, ବିଭିନ୍ନ ପ୍ରତିଯୋଗିତା, ପ୍ରଦର୍ଶନୀର ଆୟୋଜନ ଲାଗି ଖର୍ଚ୍ଚ କରାଯିବ।
ସରକାରୀ ସ୍କୁଲଗୁଡ଼ିକରେ ପିଲାଙ୍କୁ କେବଳ ପାଠ୍ୟପୁସ୍ତକରେ ସୀମିତ ରଖାଯାଉଛି। କିନ୍ତୁ ଆସନ୍ତା ଶିକ୍ଷା ବର୍ଷରୁ ସରକାରୀ ସ୍କୁଲଗୁଡ଼ିକରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଜାତୀୟସ୍ତରର ପ୍ରଶିକ୍ଷଣ ପ୍ରଦାନ କରାଯାଇ ସେମାନଙ୍କ ମଧ୍ୟରେ ସବୁ କ୍ଷେତ୍ରରେ ଦକ୍ଷତା ବୃଦ୍ଧି ଲାଗି ପ୍ରୟାସ କରାଯିବ। ଏଥିପାଇଁ ସେମାନଙ୍କ ଶିକ୍ଷାଦାନ ବ୍ୟବସ୍ଥାରେ କିଛିଟା ପରିବର୍ତ୍ତନ ଅଣାଯିବ। ଏଥିସହ କ୍ରୀଡ଼ା, କଳା, ସଙ୍ଗୀତ, ବିଜ୍ଞାନ ଆଦି ଯେଉଁ କ୍ଷେତ୍ରରେ ପିଲାଙ୍କର ରୁଚି ରହିଛି, ସମ୍ପୃକ୍ତ ବିଷୟରେ ଅଧିକ ଦକ୍ଷତା ବଢ଼ାଇବା ଲାଗି ଅତିରିକ୍ତ ପ୍ର୍ରୟାସ କରାଯିବ। ଇଂଲିଶ ମାଧ୍ୟମ ସ୍କୁଲଗୁଡ଼ିକରେ ପିଲାଙ୍କୁ ଯେପରି ଭାବେ ପ୍ରସ୍ତୁତ କରାଯାଉଛି ସେହିଭଳି ସୁବିଧା ଯୋଗାଇ ଦିଆଯିବ। ସେଥିପାଇଁ ଅତିରିକ୍ତ ବ୍ୟୟ ବରାଦ ଯୋଜନା କରାଯିବ। ସମଗ୍ରଶିକ୍ଷାରେ ରାଜ୍ୟକୁ ଯେତିକି ଅନୁଦାନ ମିଳୁଛି, ଆସନ୍ତାବର୍ଷଠାରୁ ଅନୁଦାନ ରାଶି ବଢ଼ାଇବା ଲାଗି ସ୍ବତନ୍ତ୍ର ପ୍ରସ୍ତାବ ଦିଆଯିବ। ଏନେଇ ଜିଲାସ୍ତରରେ ପିଲାଙ୍କ ଦକ୍ଷତା ଏବଂ ସ୍କୁଲର ଭିତ୍ତିଭୂମିର ସ୍ଥିତି ସମୀକ୍ଷା କରିବା ପରେ ରିପୋର୍ଟ ପ୍ରସ୍ତୁତ କରାଯିବ। ଆସନ୍ତା ଶିକ୍ଷାବର୍ଷ ଆରମ୍ଭ ପୂର୍ବରୁ ଏହି ଯୋଜନା କାର୍ଯ୍ୟକାରୀ କରିବାକୁ ଗଣଶିକ୍ଷା ବିଭାଗ ଲକ୍ଷ୍ୟ ରଖିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri