ବିମାନବନ୍ଦରରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ହେଲ୍‌ପ ଡେସ୍କ

ଭୁବନେଶ୍ୱର, ୩।୨(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ଯିବାଆସିବା ସୁବିଧା ସମ୍ପର୍କିତ ଏକ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସିଆଇଏସ୍‌ଏଫ୍‌ର ସିଏଏସ୍‌ଓ ସୁଧୀର କୁମାରଙ୍କ ଆବାହକତ୍ୱରେ ଆୟୋଜିତ ବୈଠକକୁ ବିମାନବନ୍ଦର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ ଅଧ୍ୟକ୍ଷତା କରିଥିଲେ। ଏଥିରେ ସମସ୍ତ ଏୟାରଲାଇନ୍ସର ଷ୍ଟେଶନ ମ୍ୟାନେଜର, ଏଏଆଇ ଟର୍ମିନାଲ୍‌ ଟିମ୍‌, ସିଆଇଏସ୍‌ଏଫ୍‌ ଏବଂ ଦିବ୍ୟାଙ୍ଗ ଯାତ୍ରୀ ଯାତ୍ରା ସମୟରେ ସମ୍ମୁଖୀନ ହେଉଥିବା ସମସ୍ୟା ଏବଂ ସୁବିଧା ସହ ଜଡ଼ିତ ଥିବା ବିଭିନ୍ନ ଏନ୍‌ଜିଓ ମୁଖ୍ୟମାନେ ଯୋଗ ଦେଇଥିଲେ।
ଓପନ୍‌ ଲର୍ନିଂ ସିଷ୍ଟମର ନିର୍ଦ୍ଦେଶିକା କସ୍ତୁରୀ ମହାପାତ୍ର, ସ୍ବାଭିମାନ୍‌ର ସିଇଓ ଶ୍ରୁତି ମହାପାତ୍ର, ଆଇନାର ସ୍ନେହା ମିଶ୍ର, ଭିନ୍ନକ୍ଷମ ଅଧିକାର କର୍ମୀ ଜିତେନ୍ଦ୍ର ବିଶ୍ୱାଳ ପ୍ରମୁଖ ବୈଠକରେ ଯୋଗ ଦେଇ ଦିବ୍ୟାଙ୍ଗମାନେ ଯାତ୍ରା ସମୟରେ ସମ୍ମୁଖୀନ ହେଉଥିବା ସମସ୍ୟା ଉପରେ ଆଲୋକପାତ କରିଥିଲେ। ଏଥିସହିତ ଦିବ୍ୟାଙ୍ଗଙ୍କ ପ୍ରତି କର୍ମଚାରୀଙ୍କ ଦୃଷ୍ଟିଭଙ୍ଗୀକୁ ପରିବର୍ତ୍ତନ କରିବା ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ବିମାନବନ୍ଦର ପ୍ରାଧିକରଣ ଅଫ୍‌ ଇଣ୍ଡିଆ ଦ୍ୱାରା ଆସିଥିବା ହେଲ୍ପ ଡେସ୍କ କାଉଣ୍ଟରଗୁଡ଼ିକୁ ଉଦ୍‌ଘାଟନ କରାଯିବା ସହ ଦିବ୍ୟାଙ୍ଗଙ୍କ ବାଧାହୀନ ଯାତ୍ରାକୁ ସୁନିଶ୍ଚିତ କରିବାକୁ ସମସ୍ତ ପଦକ୍ଷେପ ନେବାକୁ ବିମାନ ବନ୍ଦର କର୍ତ୍ତୃପକ୍ଷ ନିଶ୍ଚିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri