ଟିଏସ୍‌ଏମ୍‌ଏଲ୍‌ର ସ୍ବତନ୍ତ୍ର ସମ୍ମାନ ସମାରୋହ

ଭୁବନେଶ୍ୱର,୧୭।୬: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ଗୁରୁବାର ‘ଖଣି କ୍ଷେତ୍ର ମହିଳାଙ୍କ ପାଇଁ ଆନ୍ତର୍ଜାତିକ ଦିବସ’ ପାଳିତ ହୋଇଯାଇଛି। ବିଶେଷକରି ଖଣି ଶିଳ୍ପରେ କାର୍ଯ୍ୟରତ ମହିଳାମାନଙ୍କ ଗୁରୁତ୍ୱପୂର୍ଣ୍ଣ ଯୋଗଦାନକୁ ସମ୍ମାନ ଜଣାଇ କମ୍ପାନୀ ବିଶ୍ୱ ସମୁଦାୟ ସହ ୨୦୨୩ ଜୁନ୍‌ ୧୫ରେ ଉପରୋକ୍ତ ଦିବସ ପାଳନ କରିଛି। ଏପରିକି ଖଣି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସମ୍ମାନିତ କରିବା ଲାଗି କମ୍ପାନୀ ପକ୍ଷରୁ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହ ଟିଏସ୍‌ଏମ୍‌ଏଲ୍‌ର ସମସ୍ତ ୟୁନିଟ୍‌ରେ ଆୟୋଜନ କରାଯାଇଥିଲା। ପ୍ରତି ବର୍ଷ ଜୁନ୍‌ ୧୫ରେ ପାଳନ କରାଯାଉଥିବା ବେଳେ ଖଣି ଶିଳ୍ପର ଭବିଷ୍ୟତ ଗଠନ କରିବାରେ ମହିଳାମାନଙ୍କ ପ୍ରମୁଖ ଭୂମିକାକୁ ସମ୍ମାନ ଜଣାଇବା ଲାଗି ଖଣି କ୍ଷେତ୍ରରେ କାର୍ଯ୍ୟରତ ମହିଳାମାନଙ୍କ ପାଇଁ ଆନ୍ତର୍ଜାତିକ ଦିବସ ପାଳନ କରାଯାଉଛି। ଏପରିକି ଅନ୍ବେଷଣ ଓ ଉତ୍ତୋଳନରୁ ଆରମ୍ଭକରି ପ୍ରକ୍ରିୟାକରଣ ଓ ପରିଚାଳନା ପର୍ଯ୍ୟନ୍ତ କମ୍ପାନୀ ପରିଚାଳନା ପ୍ରତି ମହିଳାମାନଙ୍କ ମୂଲ୍ୟବାନ୍‌ ଯୋଗଦାନକୁ ଟିଏସ୍‌ଏମ୍‌ଏଲ୍‌ ସବୁବେଳେ ମାନ୍ୟତା ପ୍ରଦାନ କରିଆସୁଛି। କମ୍ପାନୀର ସଫଳତାରେ ସେମାନଙ୍କ ପ୍ରତିଭା ଓ ସମର୍ପଣ ଭାବ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି। ସେହିପରି ଖଣି ଶିଳ୍ପରେ ମହିଳାମାନଙ୍କୁ ସଶକ୍ତ କରିବା ଲାଗି ଆମ ପ୍ରତିବଦ୍ଧତାର ଅଂଶ ସ୍ବରୂପ,ସେମାନଙ୍କ ପେସାଦାର ଅଭିବୃଦ୍ଧି ଓ ଉନ୍ନତିକୁ ସହାୟତା ପ୍ରଦାନ କରିବା ପାଇଁ ଟିଏସ୍‌ଏମ୍‌ଏଲ୍‌ ପକ୍ଷରୁ ବିଭିନ୍ନ ଅଭିଯାନ କାର୍ଯ୍ୟକାରୀ କରାଯାଇଛି। ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ଖଣି କ୍ଷେତ୍ରରେ କାର୍ଯ୍ୟରତ ମହିଳାମାନଙ୍କ ପାଇଁ ଆନ୍ତର୍ଜାତିକ ଦିବସ ପାଳନ କରିବା ଏବଂ ଖଣି ଶିଳ୍ପ ପ୍ରତି ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ପ୍ରଦାନ କରିଥିବା ବିଶିଷ୍ଟ ମହିଳାମାନଙ୍କୁ ସମ୍ମାନ ପ୍ରଦାନ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଟାଟା ଷ୍ଟିଲ ମାଇନିଂରେ ଆମେ ବିବିଧତା ବିକାଶ ସହ ସମସ୍ତ କର୍ମଚାରୀଙ୍କ ସଫଳତା ପାଇଁ ସମାନ ସୁଯୋଗ ଓ ଅନୁକୂଳ ପରିବେଶ ସୃଷ୍ଟି ଉପରେ ଦୃଢ଼ ବିଶ୍ୱାସ କରୁ ବୋଲି ସତିଜା ବିସ୍ତୃତ ଭାବେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri