ଟିକା ଅଭାବରୁ ସ୍ବତନ୍ତ୍ର ଟିକାକରଣ ବନ୍ଦ

ଭୁବନେଶ୍ୱର, ୩୧ା୫ (ବ୍ୟୁରୋ):ସ୍ବାସ୍ଥ୍ୟ ବିଭାଗ ଯେଉଁ ଆଶଙ୍କା କରୁଥିଲା ଶେଷରେ ସେୟା ହିଁ ହେବାକୁ ଯାଉଛି। ଟିକା ଅଭାବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଚାଲିଥିବା ସ୍ବତନ୍ତ୍ର ଟିକାକରଣ ବାଧାପ୍ରାପ୍ତ ହୋଇଛି। ସୋମବାରଠାରୁ ରାଜଧାନୀର ୧୮ରୁ ୪୪ବର୍ଷ ବୟସ୍କଙ୍କ ପାଇଁ ଚାଲିଥିବା କେବଳ ସ୍ବତନ୍ତ୍ର ଟିକାକରଣ ବନ୍ଦ ରହିବ ବୋଲି ସୂଚନା ମିଳିଛି। ସହରରେ କରୋନା ସ୍ଥିତି ଜଟିଳ ରହିଥିବାବେଳେ ରାଜଧାନୀବାସୀଙ୍କ ପାଇଁ ଟିକା ଅଭାବ ଚିନ୍ତା ବଢ଼ାଇ ଦେଇଛି।
କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ରାଜ୍ୟରେ କୋଭିଶିଲ୍ଡ ଟିକା ଦିଆଯାଉଥିବାବେଳେ କେବଳ ଭୁବନେଶ୍ୱରରେ କୋଭାକ୍ସିନ ଦିଆଯାଉଛି। ଉଭୟ ୧୮ରୁ ୪୪ ବର୍ଷ ଓ ୪୫ରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କ ଟିକାକରଣ ଜାରି ରହିଛି। ସହରର ବସ୍ତିବାସିନ୍ଦା ଓ ଅନ୍ୟମାନଙ୍କ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ଟିକାଦାନର ବ୍ୟବସ୍ଥା ହୋଇଥିଲା। ଟୋକନ୍‌ ବ୍ୟବସ୍ଥା କରି ବିଭିନ୍ନ କମ୍ୟୁନିଟି ସେଣ୍ଟର ଓ ଅନ୍ୟାନ୍ୟ ୧୭ଟି ସ୍ଥାନରେ ଟିକାକରଣ କରାଯାଉଥିଲା। ତେବେ ଟିକାର ଅଭାବ ଦେଖାଦେଇଥିବାରୁ ୧୮ରୁ ୪୪ବର୍ଷ ବ୍ୟକ୍ତିଙ୍କ ପାଇଁ ଏହି ସ୍ବତନ୍ତ୍ର ଟିକାକରଣ ବନ୍ଦ ରହିବ। ରାଜ୍ୟରେ ଟିକାର ସେପରି ଅଭାବ ନାହିଁ ଓ ସମସ୍ତଙ୍କୁ ପ୍ରଥମ ଡୋଜ୍‌ ଟିକା ଦେବା ଲକ୍ଷ୍ୟ ରଖାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହୁଥିବାବେଳେ ଖୋଦ୍‌ ରାଜଧାନୀରେ ଏ ପରିସ୍ଥିତି ଅସନ୍ତୋଷ ସୃଷ୍ଟି କରୁଛି। ଟିକା ଅଭାବ ନେଇ ଗତ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କଙ୍କୁ ଏନେଇ ଚିଠି ଲେଖି ଅବଗତ କରିଥିଲେ। ୪୫ରୁ ଊର୍ଦ୍ଧ୍ୱ ବୟସ୍କଙ୍କ ପାଇଁ କେନ୍ଦ୍ର ସରକାର ଦେଇଥିବା ବଳକା ଟିକାକୁ ୧୮ରୁ ୪୪ ଯୁବବର୍ଗଙ୍କ ପାଇଁ ବ୍ୟବହାର କରିବାକୁ ଅନୁମତି ଲୋଡ଼ିଥିଲେ। ହେଲେ କୌଣସି ଉତ୍ତର ନ ଆସିବାରୁ ଏବେ ଟିକା ଅଭାବ ପରିସ୍ଥିତି ଉପୁଜିଛି। ରବିବାର କେବଳ ସରକାରୀ ପିଏଚ୍‌ସିରେ ୧୮ରୁ ୪୪ ବୟସର ଲୋକଙ୍କ ପାଇଁ ଟିକାକରଣ ଚାଲିଥିବାବେଳେ ଅନ୍ୟ ସମସ୍ତ ସ୍ଥାନରେ ବନ୍ଦ ରହିଥିଲା। ପୂର୍ବରୁ ସ୍ଲଟ୍‌ ବୁକିଂ କରିଥିବା ଲୋକଙ୍କୁ ଆସନ୍ତା ୨ଦିନ ପର୍ଯ୍ୟନ୍ତ କେବଳ ସରକାରୀ ପିଏଚ୍‌ସିଗୁଡିକରେ ଟିକା ଦେବା ପାଇଁ ଅନୁମତି ମିଳିଛି। ଟିକା ଅଭାବ ଥିବାରୁ ବର୍ତ୍ତମାନ ପାଇଁ ଏହି ବର୍ଗର ଲୋକଙ୍କ ପାଇଁ ସ୍ଲଟ୍‌ ବୁକିଂ ମଧ୍ୟ ବନ୍ଦ ରହିଛି। ଟିକା ଆସିବା ପରେ ପୁଣିଥରେ ସ୍ଲଟ୍‌ ବୁକିଂ ଆରମ୍ଭ ହେବା ସହ ପୂର୍ବପରି ବିଭିନ୍ନ ସ୍ଥାନରେ ଟିକାକରଣ କରାଯିବ ବୋଲି ବିଏମ୍‌ସିର ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ ଅନ୍ତର୍ଯ୍ୟାମୀ ମିଶ୍ର ସୂଚନା ଦେଇଛନ୍ତି। ତେବେ ୪୫ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କ ଟିକାକରଣ ପ୍ରକ୍ରିୟା ପୂର୍ବ ଭଳି ଚାଲୁ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri