ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ)-ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଖୁବଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ। ଓଡ଼ିଶା ହିନ୍ଦୁ ଦେବୋତ୍ତର ଆଇନ-୧୯୫୧ ଅନୁଯାୟୀ ମନ୍ଦିର ପରିଚାଳନା କରିବା ପରିବର୍ତ୍ତେ ରାଜ୍ୟ ସରକାରଙ୍କ ଏହି ନୂତନ ଆଇନ ଦ୍ୱାରା ସମସ୍ତ କାର୍ଯ୍ୟ ସମ୍ପାଦିତ ହେବ। ଲିଙ୍ଗରାଜ ମନ୍ଦିର ଓ ଏହାର ନୀତିକାନ୍ତି ସହ ଜଡ଼ିତ ସମସ୍ତ ମନ୍ଦିରର ପରିଚାଳନା ଦାୟିତ୍ୱ ଏକ ୧୫ଜଣିଆ ପରିଚାଳନା କମିଟି ଉପରେ ନ୍ୟସ୍ତ ରହିବ। ମନ୍ଦିରର ସମସ୍ତ ସମ୍ପତ୍ତିର ରକ୍ଷଣାବେକ୍ଷଣ, ଭିତ୍ତିଭୂମି ବିକାଶ, ଉପାର୍ଜନ, ନୀତିକାନ୍ତି, ସେବାୟତଙ୍କ କଲ୍ୟାଣ ସହ ସବୁ ନିଷ୍ପତ୍ତି ନେବାକୁ ଏହି କମିଟି କ୍ଷମତାପ୍ରାପ୍ତ ରହିବ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀଲିଙ୍ଗରାଜ ମନ୍ଦିର ଓ ଏକାମ୍ର କ୍ଷେତ୍ରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିବା ପରେ ଏନେଇ ଘୋଷଣା କରିଛନ୍ତି।
ଏକାମ୍ର କ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇ ସେବାୟତମାନଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏକାମ୍ର କ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ ଏବଂ ପ୍ରକଳ୍ପ କାର୍ଯ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିବା ସହିତ ଏକାମ୍ର କ୍ଷେତ୍ରକୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାରେ ଏହି ଯୋଜନା ଏକ ସଫଳ ଉଦ୍ୟମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?