ନବଦମ୍ପତିଙ୍କୁ ମିଳିବ ଉପହାର

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନବଦମ୍ପତିଙ୍କ ବୈବାହିକ ଜୀବନକୁ ସୁସ୍ଥ, ସୁନ୍ଦର କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଉପହାର ମାଧ୍ୟମରେ ସଚେତନ କରିବ ଜାତୀୟ ସ୍ବାସ୍ଥ୍ୟ ମିଶନ। ଉକ୍ତ ଉପହାରର ନାଁ ରହିଛି ‘ନବଦମ୍ପତି କିଟ୍‌’। ଏ ସମ୍ପର୍କରେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ଡା. ପାଣିଗ୍ରାହୀ କହିଛନ୍ତି, ନବଦମ୍ପତିମାନେ ପ୍ରଥମ ସନ୍ତାନ ଓ ଦ୍ବିତୀୟ ସନ୍ତାନ ଲାଗି ଅତିକମ୍‌ରେ ୩ ବର୍ଷର ବ୍ୟବଧାନ ରଖିବାକୁ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ବିବାହ ଉପହାର ଯୋଜନା ଆରମ୍ଭ କରାଯାଉଛି। ସେଥିରେ କିଛି ପରିବାର କଲ୍ୟାଣ ପୁସ୍ତିକା, କଣ୍ଡୋମ, ଓରାଲ କଣ୍ଟ୍ରାସେପ୍ଟିକ ପିଲ୍‌ସ, ପ୍ରେଗ୍‌ନେନ୍ସି ଟେଷ୍ଟିଂ କିଟ୍‌, ଏମରଜେନ୍ସି କଣ୍ଟ୍ରାସେପ୍ଟିକ ପିଲ୍‌ସ, ରୁମାଲ, ତଉଲିଆ, ନେଲ୍‌ କଟର, ଆଇନା, ପାନିଆ, ଟିକିଲି ରହିବ। ଏଥିସହିତ ସେହି ଗିଫ୍ଟ ଭିତରେ ବିବାହ ପଞ୍ଜୀକରଣ ଫର୍ମ ମଧ୍ୟ ନବଦମ୍ପତିଙ୍କୁ ପ୍ରଦାନ କରାଯିବ। ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଏକ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ ହୋଇସାରିଛି। ଉଭୟ ସହର ଓ ଗ୍ରାମରେ ଏହା ଚଳିତ ବର୍ଷ ସେପ୍ଟେମ୍ବରରୁ କାର୍ଯ୍ୟକାରୀ ହେବ। ଆଶାକର୍ମୀମାନେ ଏହି ଗିଫ୍ଟ ବାହାଘର ଦିନ ନେଇ ନବଦମ୍ପତିଙ୍କୁ ଦେବେ। ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ନବଦମ୍ପତିଙ୍କୁ ବିବାହ ଉପହାର ଯୋଜନା ଆରମ୍ଭ ହେଉଥିବା ଡା. ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri