ନବଦମ୍ପତିଙ୍କୁ ମିଳିବ ଉପହାର

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନବଦମ୍ପତିଙ୍କ ବୈବାହିକ ଜୀବନକୁ ସୁସ୍ଥ, ସୁନ୍ଦର କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଉପହାର ମାଧ୍ୟମରେ ସଚେତନ କରିବ ଜାତୀୟ ସ୍ବାସ୍ଥ୍ୟ ମିଶନ। ଉକ୍ତ ଉପହାରର ନାଁ ରହିଛି ‘ନବଦମ୍ପତି କିଟ୍‌’। ଏ ସମ୍ପର୍କରେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ଡା. ପାଣିଗ୍ରାହୀ କହିଛନ୍ତି, ନବଦମ୍ପତିମାନେ ପ୍ରଥମ ସନ୍ତାନ ଓ ଦ୍ବିତୀୟ ସନ୍ତାନ ଲାଗି ଅତିକମ୍‌ରେ ୩ ବର୍ଷର ବ୍ୟବଧାନ ରଖିବାକୁ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ବିବାହ ଉପହାର ଯୋଜନା ଆରମ୍ଭ କରାଯାଉଛି। ସେଥିରେ କିଛି ପରିବାର କଲ୍ୟାଣ ପୁସ୍ତିକା, କଣ୍ଡୋମ, ଓରାଲ କଣ୍ଟ୍ରାସେପ୍ଟିକ ପିଲ୍‌ସ, ପ୍ରେଗ୍‌ନେନ୍ସି ଟେଷ୍ଟିଂ କିଟ୍‌, ଏମରଜେନ୍ସି କଣ୍ଟ୍ରାସେପ୍ଟିକ ପିଲ୍‌ସ, ରୁମାଲ, ତଉଲିଆ, ନେଲ୍‌ କଟର, ଆଇନା, ପାନିଆ, ଟିକିଲି ରହିବ। ଏଥିସହିତ ସେହି ଗିଫ୍ଟ ଭିତରେ ବିବାହ ପଞ୍ଜୀକରଣ ଫର୍ମ ମଧ୍ୟ ନବଦମ୍ପତିଙ୍କୁ ପ୍ରଦାନ କରାଯିବ। ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଏକ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ ହୋଇସାରିଛି। ଉଭୟ ସହର ଓ ଗ୍ରାମରେ ଏହା ଚଳିତ ବର୍ଷ ସେପ୍ଟେମ୍ବରରୁ କାର୍ଯ୍ୟକାରୀ ହେବ। ଆଶାକର୍ମୀମାନେ ଏହି ଗିଫ୍ଟ ବାହାଘର ଦିନ ନେଇ ନବଦମ୍ପତିଙ୍କୁ ଦେବେ। ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ନବଦମ୍ପତିଙ୍କୁ ବିବାହ ଉପହାର ଯୋଜନା ଆରମ୍ଭ ହେଉଥିବା ଡା. ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri