ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି। ଉକ୍ତ ଶ୍ମଶାନ ନିକଟରେ ଓଷକଣା ପଞ୍ଚାୟତର ଗୋଟିଏ ପରିବାରର ୨ ଭାଇ ଭଉଣୀଙ୍କ ଫଟୋଚିତ୍ରରେ ରକ୍ତ ଓ ସିନ୍ଦୂର ଲଗାଯାଇଛି। ୨ଟି କଣ୍ଢେଇ କରି ସେଥିରେ ମଙ୍ଗଳସୂତ୍ର ପିନ୍ଧାଯାଇଛି। ଏପରିକି ସେଠାରେ ନାଲି ଶଙ୍ଖା ସିନ୍ଦୂର ସହ ମାଟିହାଣ୍ଡି ପଡ଼ିଥିବା ବେଳେ ଏକ ମୃତ ଦେଶୀ କୁକୁଡ଼ା ମଧ୍ୟ ଦେଖିବାକୁ ମିଳିଛି।
ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ଅପଣ୍ଡରା ପଞ୍ଚାୟତର ଜଣେ ବିବାହିତ ଯୁବକ ଭୁବନେଶ୍ୱରରେ ରୁହନ୍ତି। ସେ ଫଟୋଥିବା ଯୁବତୀଙ୍କୁ ଭୁବନେଶ୍ୱରରେ ରଖି ପାଠ ପଢ଼ାଉଥିଲେ। ତାଙ୍କୁ ନିଜର ଭାବି ତାଙ୍କ ନାମରେ ଭୁବନେଶ୍ୱରରେ ପ୍ଲଟ ଓ ଗାଡ଼ି ମୋଟର କିଣିଥିଲେ। ମାତ୍ର ଯୁବତୀ ଜଣକ ଗତ କିଛି ଦିନ ହେବ ସମ୍ପୃକ୍ତ ଯୁବକଙ୍କୁ ଧରାଛୁଆଁ ଦେଉନାହାନ୍ତି। ତେଣୁ ପ୍ରେମିକାଙ୍କୁ ଆପଣାଇବା ପାଇଁ ସମ୍ପୃକ୍ତ ଯୁବକ ତନ୍ତ୍ରବିଦ୍ୟାର ସହାୟତା ନେଉଥିବା ନେଇ ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଗୋପାଳପୁର ଭାୟା ଦିଗପହଣ୍ଡି – ରାୟଗଡ଼ା ରେଳ ଲାଇନ ପାଇଁ ଦାବି, ଜନ ଆନ୍ଦୋଳନ ପାଇଁ ନିଷ୍ପତ୍ତି 

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ବାଲିପଡ଼ା ଗ୍ରାମ ସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ପ୍ରସ୍ତାବିତ ଗୋପାଳପୁର…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri