ପୁରୁଷୋତ୍ତମପୁର ପଞ୍ଚାୟତ ସମିତିର ସ୍ବତନ୍ତ୍ର ବୈଠକ: ଅଭିଯୋଗ ଆଣିଲେ ସମିତିସଭ୍ୟ, ସରପଞ୍ଚ

ପୁରୁଷୋତ୍ତମପୁର,୨୮।୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଳକ ସମ୍ମିଳନୀ କକ୍ଷରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମକୁ ନେଇ ସ୍ବତନ୍ତ୍ର ବୈଠକ ବସିଛି।  ଏହି ବୈଠକ ବିଡିିଓ ଶରତ କୁମାର ପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥିଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଓ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଯୋଗଦେଇଥିବା ବେଳେ ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା ଏବଂ ୨୬ଟି ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନେ ଉପସ୍ଥିତଥିଲେ ।
ପଞ୍ଚାୟତ ମାନଙ୍କରେ ଉନ୍ନୟନମୂଳକ କାର୍ଯ୍ୟ ଲାଗି ଏହି ଯୋଜନାରେ ୨୦୨୪-୨୦୨୫ ଆର୍ଥିକ ବର୍ଷରେ ସର୍ବମୋଟ ୩ କୋଟି ୪୭ ଲକ୍ଷ ୫୫,୯୩୯ ଟଙ୍କା ଆସିଛି। ଏହି ଟଙ୍କାରେ ଗ୍ରାମାଞ୍ଚଳର ବିକାଶ କରାଯିବ।  ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟମାନେ ନିଜ ପଞ୍ଚାୟତରେ ଉନ୍ନତିମୂଳକ କାର୍ଯ୍ୟ ଠିକ ଭାବେ ହେଉ ନ ଥିବା ନେଇ ଅଭିଯୋଗ କରିଥିଲେ । ଆଛୁଲି ପଞ୍ଚାୟତରେ ମଧ୍ୟ ଦୀର୍ଘ ମାସ ଧରି କେଣସି ପ୍ରକାରର ଉନ୍ନୟନମୂଳକ କାର୍ଯ୍ୟ ହେଉ ନ ଥିବା ନେଇ ସମିତିସଭ୍ୟା ଅଭିଯୋଗ କରି ଜନବସତିରେ ସିସିରୋଡ କରିବା ପରିବର୍ତ୍ତେ ଅନାବଶ୍ୟକ ସ୍ଥାନରେ ସିସିରୋଡ କରାଯାଇଛି ବୋଲି ଅଭିଯୋଗ କରିଥିଲେ। ରାଇପୁର ପଞ୍ଚାୟତରେ ଜନପ୍ରତିନିଧିଙ୍କ ଅଜାଣତରେ କାର୍ଯ୍ୟ କରାଯାଉଥିବାନେଇ ଅଭିଯୋଗ ହୋଇଛି।
ତେବେ  କେବଳ ଏହି ଦୁଇ ପଞ୍ଚାୟତ ନୁହେଁ ବରଂ ଅନେକ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନେ ନିଜ ଅଞ୍ଚଳରେ ଉନ୍ନୟନମୂଳକ କାମ ଠିକ୍‌ ସମୟରେ ହେଉ ନ ଥିବା ନେଇ ଅସନ୍ତୋଷ ପ୍ରକାଶ କରିବା ସହ  ବିଧାୟକ  ଏନେଇ ପଦକ୍ଷେପ ନେବା ନିମନ୍ତେ ଦାବି କରିଥିଲେ । ଆଗାମୀ ଦିନରେ କିଭଳି ସମସ୍ତ ପଞ୍ଚାୟତରେ ଉନ୍ନୟନ ମୂଳକ କାର୍ଯ୍ୟହେବ ସେ ନେଇ ପଦକ୍ଷେପ ନେବା ନିମନ୍ତେ ସରକାରୀ ଅଧିକାରୀମାନଙ୍କୁ  ଦୁଇ ବିଧାୟକ ପରାମର୍ଶମାନ ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri