ବାଚସ୍ପତି ନିର୍ବାଚନ ଲାଗି ଆଜି ସ୍ବତନ୍ତ୍ର ବୈଠକ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟାରେ ବିଧାନସଭାର ସ୍ବତନ୍ତ୍ର ବୈଠକ ଲାଗି ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନଙ୍କୁ ସମନ କରାଯାଇଛି। ଅର୍ଥାତ୍‌ ୧୧ଟାରେ ବାଚସ୍ପତି ଭୋଟ୍‌ ଅନୁଷ୍ଠିତ ହେବ। ଏହି ଅବସରରେ ଗୃହରେ ସମସ୍ତ ସଦସ୍ୟ ଉପସ୍ଥିତ ରହିବେ। ନୂଆ ବାଚସ୍ପତି ଦାୟିତ୍ୱ ନେବାକୁ ଯାଉଥିବା ବେଳେ ବିରୋଧୀ ଦଳର ସଦସ୍ୟଙ୍କୁ ଯେପରି ନିମନ୍ତ୍ରଣ କରିବା କଥା କରାଯାଇ ନାହିଁ ବୋଲି ଭାଜପା ଅଭିଯୋଗ କରିଥିବା ବେଳେ ଏଥିରେ ଯୋଗଦେବା ନେଇ ନିଷ୍ପତ୍ତି ନିଆଯାଇ ନ ଥିବା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି। ତେଣୁ ଉକ୍ତ ବୈଠକରେ ଯୋଗ ଦେବୁ ନା ନାହିଁ ସେକଥା ସୋମବାର ୯ଟାରେ ଏକ ବୈଠକ କରାଯିବ। ଅନ୍ୟପଟେ କଂଗ୍ରେସ କିନ୍ତୁ ଏହି ସ୍ବତନ୍ତ୍ର ବୈଠକରେ ସାମିଲ ହେବ ବୋଲି ବିଧାୟକ ସନ୍ତୋଷ ସିଂ ସାଲୁଜା ଜଣାଇଛନ୍ତି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କୁ ଉପ ବାଚସ୍ପତି ରଜନୀକାନ୍ତ ସିଂ ଯାଇ ଗୃହକୁ ନିମନ୍ତ୍ରଣ କରି ଆସିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଏକ ମୋଶନ ଆଣିବେ। ଏହାପରେ ବାଚସ୍ପତିଙ୍କ ସପକ୍ଷରେ ମୁଖ୍ୟମନ୍ତ୍ରୀ ୨ ରୁ ୩ ଲାଇନ କହିବେ। ଏହାପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ସମର୍ଥନ ଜଣାଇବେ। ଉପ ବାଚସ୍ପତି ବାଚନିକ ଭୋଟ କରିବେ। ଏହାପରେ ବାଚସ୍ପତିଙ୍କୁ ସମସ୍ତେ ସମର୍ଥନ ଜଣାଇବେ। ବାଚସ୍ପତିଙ୍କ ଉପରେ ମୁଖ୍ୟମନ୍ତ୍ରୀ ଏବଂ ଉପବାଚସ୍ପତି କିଛି କହିବେ। ବିରୋଧୀ ଦଳର ସଦସ୍ୟମାନେ ମଧ୍ୟ ଏହି ସମୟରେ ଉପସ୍ଥିତ ରହିବେ। ତେବେ ବିଜେଡି ବିଧାୟକ ବିକ୍ରମ କେଶରୀ ଆରୁଖ ବାଚସ୍ପତି ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିରୋଧୀଙ୍କ ପକ୍ଷରୁ କାହାକୁ ମଧ୍ୟ ବାଚସ୍ପତି ପ୍ରାର୍ଥୀ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri