ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମହିମା ସାଧୁସନ୍ଥ: ଯୋରନ୍ଦା ରୂପାନ୍ତର ପାଇଁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ୱର,୧୯ା୭ (ଅନିଲଦାସ)- ଯୋରନ୍ଦା ପୀଠର ମହିମା ସାଧୁସନ୍ଥ ଓ ଧର୍ମାବଲମ୍ବୀମାନେ ସୋମବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଯୋରନ୍ଦା ପୀଠର ରୂପାନ୍ତର ପାଇଁ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପକୁ ସେମାନେ ସ୍ବାଗତ ଜଣାଇଛନ୍ତି। ଏଥି ପାଇଁ ଅର୍ଥ ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଗତ ମେ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଯୋରନ୍ଦା ପୀଠ ପରିଦର୍ଶନ କରି ଏହାର ସମ୍ପୂର୍ଣ୍ଣ ରୂପାନ୍ତର ପାଇଁ ପ୍ରସ୍ତାବ ଦେବା ନିମନ୍ତେ ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ । ଜିଲାପାଳଙ୍କ ପ୍ରସ୍ତାବ ଭିତ୍ତିରେ ମୁଖ୍ୟମନ୍ତ୍ରୀ ଜୁନ୍‌ ୧୫ ତାରିଖରେ ଏଥିପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ ।
ଯୋରନ୍ଦା ପୀଠର ସର୍ବାଙ୍ଗୀନ ବିକାଶ ସହିତ ଭକ୍ତମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ ସୃଷ୍ଟି କରାଯିବ । ଏଥିରେ ସମାଧି ମନ୍ଦିରର ପୁନଃ ନିର୍ମାଣ, ପ୍ରାର୍ଥନା ଗୃହ, ପାଚେରି, ପୁଷ୍କରିଣୀ ପୁନରୁଦ୍ଧାର, ବସ ଷ୍ଟାଣ୍ଡ, କୌପୀନଧାରୀ ମହିମା ସମାଜ ପୀଠ ପୁନଃ ନିର୍ମାଣ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଆଦି ନିର୍ମାଣ କରାଯିବ।
ପୀଠ ଭିତରେ ଆଭ୍ୟନ୍ତରୀଣ ସଡ଼କ ସହିତ ସବୁଜାଗାରେ ଆଲୋକୀକରଣ କରାଯିବ। ଜଗନ୍ନାଥ ମନ୍ଦିରଠାରୁ ସ୍କୁଲ ପଡ଼ିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ।
ସୌନ୍ଦର୍ଯ୍ୟକରଣ ପାଇଁ ପୂର୍ବତଟ ବଡ଼ ପୋଖରୀର ପୁନରୁଦ୍ଧାର ସହିତ ୨୦୦ ତାଳ ଗଛ ଓ ୨୦୦ ବରଗଛ ଲଗାଯିବ। ଆଲୋକୀକରଣ ସହିତ ସମୂହ ପ୍ରାର୍ଥନା ସ୍ଥଳ ତିଆରି କରାଯିବ। ସାଧୁ ଓ ଭକ୍ତମାନଙ୍କ ପାଇଁ ୨୦୦ ପାଇଖାନା ନିର୍ମାଣ କରାଯିବ।
ପୂରା ପ୍ରକଳ୍ପରେ ସାଧୁ ସନ୍ଥ, ଭକ୍ତ ଓ ଅତିଥିମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ରହିବ। ସୌନ୍ଦର୍ଯ୍ୟକରଣ ସହିତ ଏହା ଜିଲାର ଏକ ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ର କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri