Posted inଜାତୀୟ

ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ସ୍ବତନ୍ତ୍ର ଅପରେଶନ: ୧୫ ଦିନରେ ୧୧ ବିଦେଶୀ ଆତଙ୍କବାଦୀଙ୍କୁ ଏନକାଉଣ୍ଟର…

ଶ୍ରୀନଗର,୨୭।୬ : ଗୁପ୍ତଚର ଏଜେନ୍ସି ଦ୍ୱାରା ପ୍ରଦାନ କରାଯାଇଥିବା ଇନପୁଟ ଆଧାରରେ ମିଳିତ ସୁରକ୍ଷାକର୍ମୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଅପରେଶନରେ ଜମ୍ମୁ-କଶ୍ମୀରର କୁପୱାରା ସେକ୍ଟରରେ ନିଶା, ଅସ୍ତ୍ରଶସ୍ତ୍ର ଏବଂ ଗୁଳିର ବିପୁଳ ପରିମାଣର ଗୋଳା ବାରୁଦ ଜବତ ହୋଇପାରିଛି। ଗତ ୧୫ ଦିନ ମଧ୍ୟରେ ୧୧ ବିଦେଶୀ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଛି।

ସୁରକ୍ଷା ବାହିନୀର ଅଧିକାରୀମାନେ କହିଛନ୍ତି, ଗୁପ୍ତଚର ଏଜେନର ଇନପୁଟ ଅଧାରରେ ଭାରତୀୟ ସେନା କୁପୱାରାର ନିର୍ଦ୍ଦିଷ୍ଟ ଅଞ୍ଚଳରେ ସର୍ଚ୍ଚ ଅପରେଶନ ବୃଦ୍ଧି କରିବା ଆରମ୍ଭ କରି ଦେଇଛି।

ମାଛିଲ ସେକ୍ଟରରେ ୨ ପାକିସ୍ତାନୀ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯିବା ସହିତ ଦୁଇଟି ଏକେ ସିରିଜ ରାଇଫଲ, ଗ୍ରେନେଡ ଏବଂ ଗୁଳି ଜବତ କରାଯାଇଥିଲା। ଏଲଏଓସିର କିରନ ସେକ୍ଟରରେ ପାଞ୍ଚ ଜଣ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଛି। ସେମାନଙ୍କଠାରୁ ପାକିସ୍ତାନୀ ସ୍ନାଇପର ରାଇଫଲ ଏବଂ ଗୁଳି ସହିତ ଅନ୍ୟ ପାଞ୍ଚଟି ରାଇଫଲ ଜବତ କରାଯାଇଥିଲା।

ରାତିରେ ବ୍ୟବହୃତ ଭିଜନ ଗଗଲ୍ସ ଏବଂ ବାଇନୋକୁଲାର ସମେତ ଅନେକ ସିସିଟିଭି ଉପକରଣ ମଧ୍ୟ ଜବତ କରାଯାଇଛି। ୨୩ ଜୁନରେ ମାଛିଲ ସେକ୍ଟରରେ ୪ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଥିଲା। ସେମାନଙ୍କ ପାଖରୁ ୧୨ ଅସ୍ତ୍ରଶସ୍ତ୍ର ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?