ଭିମ୍‌ସାର ପାଇଁ ଖୁବ୍‌ଶୀଘ୍ର ସ୍ବତନ୍ତ୍ର ପ୍ୟାକେଜ: ସ୍ବାସ୍ଥ୍ୟମନ୍ତ୍ରୀ

ସମ୍ବଲପୁର,୪ା୧୦(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିସୁଟ୍‌ ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛିଦିନ ପୂର୍ବରୁ ୨ହଜାର କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଅନୁରୂପ ଭାବେ ଭିମ୍‌ସାର ପାଇଁ ଖୁବ୍‌ଶୀଘ୍ର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ସମ୍ବଲପୁରର ଏକ ଘରୋଇ ଡେଣ୍ଟାଲ କ୍ଲିନିକ ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାଶ ଏହା କହିଛନ୍ତି। ହେଲେ ମନ୍ତ୍ରୀଙ୍କ ଘୋଷଣାର ବାସ୍ତବତାକୁ ନେଇ ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି।
ମନ୍ତ୍ରୀ ଦାଶ ଆହୁରି କହିଥିଲେ, ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଦୃଷ୍ଟି ରହିଛି। ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ଭଳି ଜିଲାରେ ଏବେ ମେଡିକାଲ କଲେଜ ହୋଇଛି। ଝାରସୁଗୁଡ଼ା ଜିଲାରେ ମଧ୍ୟ ଏକ ମେଡିକାଲ କଲେଜ ଖୋଲିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁ ରବିଶଙ୍କର ଏ ନେଇ ଆବେଦନ କରିଛନ୍ତି। ଏହାସହ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ କ୍ୟାନ୍‌ସର ହସ୍ପିଟାଲ ମଧ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହୋଇଯିବ। ପଶ୍ଚିମ ଓଡ଼ିଶାବାସୀଙ୍କୁ ସ୍ବାସ୍ଥ୍ୟସେବା ପାଇବାରେ ଆଉ ସମସ୍ୟା ହେବନାହିଁ। ଭିମ୍‌ସାରକୁ ସୁପର ସ୍ପେସାଲିଟି ଭାବେ ଘୋଷଣା କରି ଏହାର ଭିତ୍ତିଭୂମିର ବିକାଶ କରାଯାଉଛି। ଆଗାମୀ ଦିନରେ ଭିମ୍‌ସାରରେ ସମସ୍ତ ପ୍ରକାର ସୁବିଧା ଉପଲବ୍ଧ ହେବ। ଏହାର ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଏକ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିବେ ବୋଲି ମନ୍ତ୍ରୀ କହିଥିଲେ। ତେବେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଘୋଷଣାର କେତେ ବାସ୍ତବତା ରହିଛି ତାହାକୁ ଅପେକ୍ଷା କରାଯାଉଛି। କାରଣ ଭିମ୍‌ସାରକୁ ଏତେବର୍ଷ ବିତିଯାଇଥିଲେ ମଧ୍ୟ ଏବେ ସମସ୍ୟା ଘେରରେ ଛନ୍ଦି ହୋଇରହିଛ। ସାମାନ୍ୟ ମୃତଦେହ ବ୍ୟବଚ୍ଛେଦ ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ନାହିଁ। ଛେଣି ଓ ହାତୁଡିରେ ମୃତ ଶରୀର କଟାଯାଇ ବ୍ୟବଚ୍ଛେଦ କରାଯାଉଛି। ସୁପର ସ୍ପେସାଲିଟି ଘୋଷଣାକୁ ପ୍ରାୟ ୮ବର୍ଷ ବିତିଯାଇଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ସେହିପରି କ୍ୟାନ୍‌ସର ବିଭାଗକୁ ଅପଗ୍ରେଡେଶନ କରାଯାଇ ପାରି ନାହିଁ। ଏତେବଡ଼ ମେଡିକାଲ କଲେଜ ହୋଇଥିବା ସତ୍ତ୍ବେ ଆଇସିୟୁରେ ସିଟ୍‌ ସଂଖ୍ୟା ବୃଦ୍ଧି ହୋଇପାରି ନାହିଁ। ଅନେକ ଗୁରୁତର ରୋଗୀଙ୍କ ଜୀବନ ହାନି ହେଉଛି। ଟ୍ରମା କେୟାର ସେଣ୍ଟର ବିଭିନ୍ନ ସମସ୍ୟା ଯୋଗୁ ଠିକ ଭାବେ ପରିଚାଳନା ହୋଇପାରୁନାହିଁ। ଏପରି କି ବହୁ ଦିନରୁ ଭିମ୍‌ସାରରେ ଓପିଡି ଟିକେଟ ଅନ୍‌ଲାଇନରେ ସୁବିଧା ହେବ ବୋଲି ଘୋଷଣା କରାଯାଇଥିଲା। ତାହା ମଧ୍ୟ କାର୍ଯ୍ୟକାରୀ ହୋଇ ନାହିଁ। ତେଣୁ ସ୍ବାସ୍ଥ୍ୟମନ୍ତ୍ରୀ ଦାଶ କରିଥିବା ଘୋଷଣାର କେତେ ବାସ୍ତବତା ରହିଛି ତାହା ସମୟ ଆସିଲେ ଜଣାପଡ଼ିବ ବୋଲି ସାଧାରଣରେ ଆଲୋଚନା ହେଉଛି। ସୂଚନାଯୋଗ୍ୟ ଭିମ୍‌ସାରରେ ପଶ୍ଚିମ ଓଡ଼ିଶା ସମେତ ଛତିଶଗଡ଼, ଝାଡ଼ଖଣ୍ଡ ଭଳି ରାଜ୍ୟର ଲୋକେ ସ୍ବାସ୍ଥ୍ୟସେବା ପାଇଁ ନିର୍ଭର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri