କୋଭିଡ୍‌ କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ପାଇଁ ଆସିବ ସ୍ବତନ୍ତ୍ର ନୀତି

ଖୋର୍ଦ୍ଧା ଅଫିସ,୨୧ା୯: ରାଜ୍ୟରେ ଶିଳ୍ପ ସମୃଦ୍ଧ ପାଇଁ ସରକାର ନିରନ୍ତର ପ୍ରୟାସ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଖୋର୍ଦ୍ଧା ଶିଳ୍ପାଞ୍ଚଳ ଆସି ଶିଳ୍ପ ଏବଂ ଶିଳ୍ପାଞ୍ଚଳ ବିକାଶର ସମୀକ୍ଷା କରିଛନ୍ତି। ଶିଳ୍ପାଞ୍ଚଳ, ଫୁଡ୍‌ପାର୍କ, ଆଇଆଇଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପରିଦର୍ଶନ କରି ଶିଳ୍ପୋଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ। ଶିଳ୍ପ ସଂସ୍ଥାରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି, ଉପତ୍ାଦନ କ୍ଷମତା ବୃଦ୍ଧି, ଅଧିକ ପୁଞ୍ଜିନିବେଶ, କ୍ୱାଲିଟି ପ୍ରଡକ୍ଟ ଉପତ୍ାଦନ ଉପରେ ଗୁରୁତ୍ୱ ଦେଇଛନ୍ତି ୫-ଟି ସଚିବ।
ଅପରାହ୍ନ ସାଢ଼େ ୪ଟାରେ ଶିଳ୍ପାଞ୍ଚଳସ୍ଥିତ ଏସ୍‌ଏମ୍‌ଏସ୍‌ ଇଣ୍ଡିଆ ପ୍ରାଇଭେଟ ଲିମିଟେଡରେ ପହଞ୍ଚି କମ୍ପାନୀ ପରିଦର୍ଶନ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ସେଠାରେ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଶିଳ୍ପ ଉଦ୍ୟୋଗୀ ଓ ବିଭିନ୍ନ କମ୍ପାନୀ ପ୍ରତିନିଧିଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ପରେ ଇଣ୍ଡନିସନ ଫୁଡ ପ୍ରାଇଭେଟ ଲିମିଟେଡ, ହିନ୍ଦୁସ୍ଥାନ କୋକାକୋଲା, ସେଞ୍ଚୁରି ଫାଇଭର ପ୍ଲେଟସ୍‌ ପ୍ରାଇଭେଟ ଲିମିଟେଡ କମ୍ପାନୀ ପରିଦର୍ଶନ କରି ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଶିଳ୍ପାଞ୍ଚଳରେ ରହିଥିବା ସମସ୍ୟାର ଆଗାମୀ ୩ ମାସ ମଧ୍ୟରେ ସମାଧାନ ପାଇଁ ଇଡ୍‌କୋ ସିଏମ୍‌ଡି ଏବଂ ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ। ଇଡ୍‌କୋ ପକ୍ଷରୁ ଶିଳ୍ପାଞ୍ଚଳରେ ଦୁଇରୁ ତିନି ହଜାର ଶ୍ରମିକ ରହିବା ପାଇଁ ହଷ୍ଟେଲ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। କୋଭିଡ୍‌ ସମୟରେ ଅନେକ ଶିଳ୍ପାନୁଷ୍ଠାନ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଏହି କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନଙ୍କ ପାଇଁ ସ୍ବତନ୍ତ୍ର ନୀତି ଆସିବ ବୋଲି ୫-ଟି ସଚିବ କହିଥିଲେ। ଏହା ପରେ ୫-ଟି ସଚିବ ଜୟମଙ୍ଗଳ ଶିଳ୍ପାଞ୍ଚଳ ପରିଦର୍ଶନ କରିଥିଲେ। କୋଭିଡ ମହାମାରୀ ସମୟରେ ଚାକିରି ଛାଡିଥିବା ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ ଗ୍ରାଜୁଏଟଙ୍କ ସହିତ ଆଲୋଚନା କରିଥିଲେ। ଉଦ୍ୟୋଗ ପ୍ରତିଷ୍ଠା ପାଇଁ ସେମାନଙ୍କ ଉଦ୍ୟମରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଆଲୋଚନା ବେଳେ ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ, ଶିଳ୍ପ ସଚିବ ହେମନ୍ତ ଶର୍ମା, ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ଏସ୍‌ପି ସିଦ୍ଧାର୍ଥ କଟରିଆଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ। ୫-ଟି ସଚିବଙ୍କ ଏହି ଗସ୍ତରେ ଶିଳ୍ପୋଦ୍ୟୋଗୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ଶିଳ୍ପୋଦ୍ୟୋଗୀ ଅମନ ସିଙ୍ଗଲ କୁହନ୍ତି, ୫-ଟି ସଚିବଙ୍କ ସହ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ମନୀଷ ଅଗ୍ରଓ୍ବାଲ କହିଥିଲେ, ଶିଳ୍ପାଞ୍ଚଳରେ ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଶୁଣିବା ସହ ଖୁବ୍‌ଶୀଘ୍ର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଶିଳ୍ପୋଦ୍ୟୋଗୀ ଶିବ ନାରାୟଣ ମିଶ୍ର କହିଥିଲେ, ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ବିଭିନ୍ନ ସମସ୍ୟା ରହିଛି। ଏନେଇ ବହୁଥର ଇଡ୍‌କୋ ଏବଂ ଜିଲା ପ୍ରଶାସନ ସହ ଆଲୋଚନା କରାଯାଇଛି। ତେବେ ଯାହା ଗତ ୪୦ ବର୍ଷ ମଧ୍ୟରେ ହୋଇ ନ ଥିଲା ତାହା ୪୦ମିନିଟ୍‌ରେ ସମାଧାନ ହୋଇପାରିଛି। ଶିଳ୍ପର ବିକାଶ ଦିଗରେ ୫-ଟି ସଚିବଙ୍କ ସହିତ ଆଲୋଚନା ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri