କୋଭିଡ୍‌ କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ପାଇଁ ଆସିବ ସ୍ବତନ୍ତ୍ର ନୀତି

ଖୋର୍ଦ୍ଧା ଅଫିସ,୨୧ା୯: ରାଜ୍ୟରେ ଶିଳ୍ପ ସମୃଦ୍ଧ ପାଇଁ ସରକାର ନିରନ୍ତର ପ୍ରୟାସ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଖୋର୍ଦ୍ଧା ଶିଳ୍ପାଞ୍ଚଳ ଆସି ଶିଳ୍ପ ଏବଂ ଶିଳ୍ପାଞ୍ଚଳ ବିକାଶର ସମୀକ୍ଷା କରିଛନ୍ତି। ଶିଳ୍ପାଞ୍ଚଳ, ଫୁଡ୍‌ପାର୍କ, ଆଇଆଇଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପରିଦର୍ଶନ କରି ଶିଳ୍ପୋଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ। ଶିଳ୍ପ ସଂସ୍ଥାରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି, ଉପତ୍ାଦନ କ୍ଷମତା ବୃଦ୍ଧି, ଅଧିକ ପୁଞ୍ଜିନିବେଶ, କ୍ୱାଲିଟି ପ୍ରଡକ୍ଟ ଉପତ୍ାଦନ ଉପରେ ଗୁରୁତ୍ୱ ଦେଇଛନ୍ତି ୫-ଟି ସଚିବ।
ଅପରାହ୍ନ ସାଢ଼େ ୪ଟାରେ ଶିଳ୍ପାଞ୍ଚଳସ୍ଥିତ ଏସ୍‌ଏମ୍‌ଏସ୍‌ ଇଣ୍ଡିଆ ପ୍ରାଇଭେଟ ଲିମିଟେଡରେ ପହଞ୍ଚି କମ୍ପାନୀ ପରିଦର୍ଶନ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ସେଠାରେ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଶିଳ୍ପ ଉଦ୍ୟୋଗୀ ଓ ବିଭିନ୍ନ କମ୍ପାନୀ ପ୍ରତିନିଧିଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ପରେ ଇଣ୍ଡନିସନ ଫୁଡ ପ୍ରାଇଭେଟ ଲିମିଟେଡ, ହିନ୍ଦୁସ୍ଥାନ କୋକାକୋଲା, ସେଞ୍ଚୁରି ଫାଇଭର ପ୍ଲେଟସ୍‌ ପ୍ରାଇଭେଟ ଲିମିଟେଡ କମ୍ପାନୀ ପରିଦର୍ଶନ କରି ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଶିଳ୍ପାଞ୍ଚଳରେ ରହିଥିବା ସମସ୍ୟାର ଆଗାମୀ ୩ ମାସ ମଧ୍ୟରେ ସମାଧାନ ପାଇଁ ଇଡ୍‌କୋ ସିଏମ୍‌ଡି ଏବଂ ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ। ଇଡ୍‌କୋ ପକ୍ଷରୁ ଶିଳ୍ପାଞ୍ଚଳରେ ଦୁଇରୁ ତିନି ହଜାର ଶ୍ରମିକ ରହିବା ପାଇଁ ହଷ୍ଟେଲ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। କୋଭିଡ୍‌ ସମୟରେ ଅନେକ ଶିଳ୍ପାନୁଷ୍ଠାନ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଏହି କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନଙ୍କ ପାଇଁ ସ୍ବତନ୍ତ୍ର ନୀତି ଆସିବ ବୋଲି ୫-ଟି ସଚିବ କହିଥିଲେ। ଏହା ପରେ ୫-ଟି ସଚିବ ଜୟମଙ୍ଗଳ ଶିଳ୍ପାଞ୍ଚଳ ପରିଦର୍ଶନ କରିଥିଲେ। କୋଭିଡ ମହାମାରୀ ସମୟରେ ଚାକିରି ଛାଡିଥିବା ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ ଗ୍ରାଜୁଏଟଙ୍କ ସହିତ ଆଲୋଚନା କରିଥିଲେ। ଉଦ୍ୟୋଗ ପ୍ରତିଷ୍ଠା ପାଇଁ ସେମାନଙ୍କ ଉଦ୍ୟମରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଆଲୋଚନା ବେଳେ ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ, ଶିଳ୍ପ ସଚିବ ହେମନ୍ତ ଶର୍ମା, ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ଏସ୍‌ପି ସିଦ୍ଧାର୍ଥ କଟରିଆଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ। ୫-ଟି ସଚିବଙ୍କ ଏହି ଗସ୍ତରେ ଶିଳ୍ପୋଦ୍ୟୋଗୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ଶିଳ୍ପୋଦ୍ୟୋଗୀ ଅମନ ସିଙ୍ଗଲ କୁହନ୍ତି, ୫-ଟି ସଚିବଙ୍କ ସହ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ମନୀଷ ଅଗ୍ରଓ୍ବାଲ କହିଥିଲେ, ଶିଳ୍ପାଞ୍ଚଳରେ ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଶୁଣିବା ସହ ଖୁବ୍‌ଶୀଘ୍ର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଶିଳ୍ପୋଦ୍ୟୋଗୀ ଶିବ ନାରାୟଣ ମିଶ୍ର କହିଥିଲେ, ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ବିଭିନ୍ନ ସମସ୍ୟା ରହିଛି। ଏନେଇ ବହୁଥର ଇଡ୍‌କୋ ଏବଂ ଜିଲା ପ୍ରଶାସନ ସହ ଆଲୋଚନା କରାଯାଇଛି। ତେବେ ଯାହା ଗତ ୪୦ ବର୍ଷ ମଧ୍ୟରେ ହୋଇ ନ ଥିଲା ତାହା ୪୦ମିନିଟ୍‌ରେ ସମାଧାନ ହୋଇପାରିଛି। ଶିଳ୍ପର ବିକାଶ ଦିଗରେ ୫-ଟି ସଚିବଙ୍କ ସହିତ ଆଲୋଚନା ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri