ସ୍ବତନ୍ତ୍ର ଡାକ ଟିକେଟ ଉନ୍ମୋଚିତ

ଭୁବନେଶ୍ୱର,୨୯।୭: ଭାରତୀୟ ଡାକ ବିଭାଗ ଓ ଆଇଟିସିର ମିଳିତ ସହଭାଗିତାରେ ଏକ ସ୍ବତନ୍ତ୍ର ଡାକ ଟିକେଟ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ କୈଳାସ ଚୌଧାରୀ, ଡାକ ବିଭାଗର ଚିଫ୍‌ ପୋଷ୍ଟ ମାଷ୍ଟର ଜେନେରାଲ ମଞ୍ଜୁ କୁମାର ଏବଂ ଆଇଟିସି ଏଗ୍ରିବିଜ୍‌ନେସ ଗ୍ରୁପ୍‌ ହେଡ୍‌ ଏସ୍‌.ଶିବକୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ସ୍ବତନ୍ତ୍ର ଡାକଟିକେଟ ଉନ୍ମୋଚନ କରିଥିଲେ। ଏ ସମ୍ପର୍କରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ କୈଳାସ ଚୌଧାରୀ ଭାରତ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସହିତ ଶ୍ରୀଅନ୍ନକୁ ପ୍ରୋତ୍ସାହିତ କରିବା ଦିଗରେ ଭାରତ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡିକ ସମ୍ପର୍କରେ ସେ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ଆଇଟିସି ଲିମିଟେଡ୍‌ର ଗ୍ରୁପ୍‌ ହେଡ୍‌ (ଏଗ୍ରି ବିଜ୍‌ନେସ୍‌) ଏସ୍‌.ଶିବକୁମାର କହିଥିଲେ, ମିଲେଟସକୁ ମୁଖ୍ୟ ସ୍ରୋତକୁ ଆଣିବା ନିମନ୍ତେ ସରକାରଙ୍କ ଅଗ୍ରାଧିକାରତାକୁ ସମର୍ଥନକରି ଆଇଟିସି ପକ୍ଷରୁ ‘ଆଇଟିସି ମିଶନ ମିଲେଟସ’ନାମରେ ଏକ ଉତ୍ସର୍ଗୀକୃତ ପ୍ରୟାସ କାର୍ଯ୍ୟକାରୀ କରାଯାଉଛି, ଯାହା ମୁଖ୍ୟତଃ ୩ଟି ବିଷୟ ଉପରେ ଆଧାରିତ। ଏଥିରେ ନବସୃଜନ ସମର୍ଥିତ ‘ଗୁଡ୍‌-ଫର୍‌-ୟୁ’ ଖାଦ୍ୟ ବର୍ଗମାଳାର ବିକାଶ, ଏକ ଦୀର୍ଘସ୍ଥାୟୀ କୃଷି ବ୍ୟବସ୍ଥାର କାର୍ଯ୍ୟକାରିତା ଏବଂ ତାହା ସହିତ ମୂଲ୍ୟଯୁକ୍ତ ତଥା ବଜାର ସଂଯୋଗକୁ ପରିବର୍ଦ୍ଧିତ କରିବା ଉପରେ ସ୍ବତନ୍ତ୍ର ଗୁରୁତ୍ୱ ଦେଇ ଏକ ଦମ୍‌ଦାର ମିଲେଟ୍ସ କୃଷିମୂଲ୍ୟ ଶୃଙ୍ଖଳା ସୃଷ୍ଟି କରାଯାଇଛି। ଏଥି୍‌ସହ ପୋଷକତ୍ବ ଦୃଷ୍ଟିରୁ ଏକ ଉନ୍ନତର ଖାଦ୍ୟ ବିକଳ୍ପ ଭାବେ ମିଲେଟ୍ସର ଫାଇଦା ସମ୍ପର୍କରେ ଉପଭୋକ୍ତାଙ୍କ ମଧରେ ସଚେତନତା ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri