ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ପାଇଁ ୨୦ରୁ ଦୂରଦର୍ଶନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓଆର୍‌ଏସ୍‌ଏସି) ଦ୍ୱାରା ପ୍ରସ୍ତୁତ ଶିକ୍ଷାଭିତ୍ତିକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଦୂରଦର୍ଶନ ମାଧ୍ୟମରେ ପ୍ରସାରିତ ହେବ। ପ୍ରତି ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସନ୍ଧ୍ୟା ୭ଟା ୩୦ରୁ ରାତି ୮ଟା ପର୍ଯ୍ୟନ୍ତ ଏହି ଅଧଘଣ୍ଟିଆ ଶିକ୍ଷା କାର୍ଯ୍ୟକ୍ରମ ପ୍ରସାରଣ କରାଯିବ। ବିଶେଷକରି ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ଆତ୍ମବିଶ୍ୱାସ ଓ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ଏହି କାର୍ଯ୍ୟକ୍ରମ ବେଶ୍‌ ସହାୟକ ହେବ। କେତେଜଣ ଅଭିଜ୍ଞ ଦକ୍ଷ ଶିକ୍ଷକଙ୍କୁ ନେଇ ଗଣିତ, ବିଜ୍ଞାନ ଓ ଇଂଲିଶ ବିଷୟରେ ପ୍ରସାରିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପରୀକ୍ଷାର୍ଥୀଙ୍କୁ ମାଟ୍ରିକ୍‌ ପରୀକ୍ଷା ପ୍ରସ୍ତୁତିରେ ସାହାଯ୍ୟ କରିବ। ସେହିପରି ଏହି ବିଶେଷ କାର୍ଯ୍ୟକ୍ରମଗୁଡିକ ଦୂରଦର୍ଶନରେ ପ୍ରସାରଣ ହେବା ସହ ୟୁ-ଟୁବ୍‌ (EDUSAT ODISHA – ORSAC)ରେ ଉପଲବ୍ଧ ହେବ ବୋଲି କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ପ୍ରଫୁଲ୍ଲ କୁମାର ମଲ୍ଲିକ ସୂଚନା ଦେଇଛନ୍ତି। ତେଣୁ ସମସ୍ତ ପରୀକ୍ଷାର୍ଥୀ ଓ ଅଭିଭାବକଙ୍କୁ ଏହି ବିଶେଷ ପ୍ରସାରଣଗୁଡିକୁ ଦେଖି ତାହାର ଉପଯୋଗ କରିବା ପାଇଁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆ ପହଞ୍ଚି ନାହିଁ, ହେଲେ ମ୍ୟାଚ୍‌ର ୨ ଦିନ ପୂର୍ବରୁ ଏମିତି କଲା ପାକିସ୍ତାନ  

କଲମ୍ବୋ,୧୩।୨: କ୍ରିକେଟର ଆଉ ଏକ ମହାଲଢ଼େଇ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଆସନ୍ତା ରବିବାର, ୧୫ ଫେବୃଆରୀରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ…

ଫେବୃଆରୀ ୧୦ରେ ଘରକୁ ଆସିବାକୁ କାଟିଥିଲେ ଟିକେଟ: ଗାଁରେ ମୃତଦେହ

ଆଳି,୧୩ା୨(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା କଣ୍ଟିପୁର ଗ୍ରାମର ମାନସ ସାହୁଙ୍କ ପୁଅ ଅନନ୍ତ(୩୭)ଦୁବାଇରେ ପାଣି ପାଇପ ମିସ୍ତ୍ରି କାମ କରୁଥିବା ବେଳେ ଫେବୃଆରୀ…

ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ…

ସାଇବର ଅପରାଧରୁ କିପରି ଦୂରେଇ ରହିବେ

କେସିଙ୍ଗା,୧୩।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଳସି ଗ୍ରାମସ୍ଥିତ ଜାହାର ଉଚ୍ଚ ବିଦ୍ୟାପୀଠଠାରେ ଶ୍ରୀ କମ୍ପ୍ୟୁଟର୍‌ ଏଜୁକେଶନ (ଶ୍ରୀ ରାମ ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର୍‌…

ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ  ପୂର୍ବରୁ ବିଷମକଟକ ବ୍ଲକରେ…

ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ…

ଭ୍ୟାଲେଣ୍ଟାଇନ୍‌ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍‌! ସବାଙ୍କ ସହ ବ୍ରେକ୍‌ଅପ୍‌ ନେଇ…

ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍‌’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ ।…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ

ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର…

ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍‌ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri