ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ, ଚିକିତ୍ସାଳୟରେ ଆରମ୍ଭ ହେଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ, ପନ୍ଦର ଦିନ ଧରି…

ବଲାଙ୍ଗୀର, ୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର, ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ସୋମବାର ଶାରଦୀୟ ବିରେଚନ ପକ୍ଷ ଉଦ୍‌ଘାଟନ ହୋଇଯାଇଛି । ରବିବାର ପଞ୍ଚକର୍ମ ବିଭାଗ ପକ୍ଷରୁ ଆରମ୍ଭ କରାଯାଇଥିବା ଶାରଦୀୟ ବିରେଚନ ପକ୍ଷକୁ ଅଧ୍ୟକ୍ଷ ପ୍ରଫେସର ଡାକ୍ତର ମନୋଜ କୁମାର ସାହୁଙ୍କ ଦ୍ୱାରା ଉଦ୍‌ଘାଟନ କରାଯାଇଥିଲା । ଏଥିରେ ସମସ୍ତ ପ୍ରକାର ପିତ୍ତଜନିତ ରୋଗର ନିଶୁକ୍ଳ ପରାମର୍ଶ ଏବଂ ଚିକିତ୍ସା ଯୋଗାଇ ଦିଆଯିବ । ସାଧାରଣତଃ ପିତ୍ତ ଜନିତ ସମସ୍ୟାର ନିରାକରଣ ପାଇଁ ପଞ୍ଚକର୍ମ ମଧ୍ୟରୁ ବିରେଚନ କ୍ରିୟା କରାଯାଇଥାଏ। ଶରତ ଋତୁରେ ପିତ୍ତ କୋଷର ପ୍ରକୋପ କାରଣରୁ ବିରେଚନ କର୍ମ କରାଯାଇଥାଏ। ପିତ୍ତ ଜନିତ ସମସ୍ୟା ଯଥା ଚର୍ମ ରୋଗ, ଅମ୍ଳପିତ୍ତ, କେଶଜନିତ ସମସ୍ୟା, ରକ୍ତ ଜନିତ ରୋଗ, ଉଦର ଗତ ରୋଗ , ଶ୍ୱାସ, ଗ୍ରନ୍ଥି , ଅର୍ବୁଦ , ମେଦବହୁଳତା , ପକ୍ଷାଘାତ (paralysis ) ଗୃଧ୍ରସି (sciatica) ଆମବାତ (Rheumatoid Arthritis) ଶୁକ୍ରଗତ ସମସ୍ୟା ବିବିଦ୍ଧ ଆଦିରୁ ବିରେଚନ କର୍ମ ଦ୍ୱାରା ମୁକ୍ତି ମିଳିଥାଏ । ଆୟର୍ବେଦିକ ମହାବିଦ୍ୟାଳୟରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମକୁ ୬ରୁ ଆରମ୍ଭ ହୋଇ ୨୦ ପର୍ଯ୍ୟନ୍ତ ପନ୍ଦର ଦିନ ଧରି ଚାଲୁ ରହିବ ବୋଲି ପଞ୍ଚ କର୍ମ ବିଭାଗର ବିଭାଗୀୟ ମୁଖ୍ୟ ଡାକ୍ତର ବିଶ୍ୱଜିତ୍‌ ଦାଶ କହିଛନ୍ତି । ପଞ୍ଚକର୍ମ ବିଭାଗ ବିଶେଷଜ୍ଞ ଡାକ୍ତର ଯଶୋବନ୍ତ ସାହୁ ଓ ଡାକ୍ତର ଅଜୟ କୁମାର ମେହେରଙ୍କ ତତ୍ତ୍ୱାବଧାନରେ ବିରେଚନ ସାଧ୍ୟ ରୋଗର ଚିକିତ୍ସା କରାଯିବ। ଚିକିତ୍ସାଳୟ ଅଧୀକ୍ଷକ ପ୍ରଫେସର ଡାକ୍ତର ସିମାଦ୍ରି ଭୂଷଣ ନାୟକ ଜନସାଧାରଣଙ୍କୁ ବହୁ ସଂଖ୍ୟାରେ ଆସି ଏହି ଚିକିତ୍ସାର ଲାଭ ନେବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri