‘ବିଦ୍ରୋହୀ’ର ସ୍ପେଶାଲ ସ୍କ୍ରିନିଂ

ଭୁବନେଶ୍ୱର,୫।୪(ବ୍ୟୁରୋ):ଉନ୍ନବିଂଶ ଶତାବ୍ଦୀର ପ୍ରାରମ୍ଭରେ ଘଟିଥିବା ଓଡ଼ିଆ ଜାତିର ବୀରତ୍ୱର କାହାଣୀ ‘ପାଇକ ବିଦ୍ରୋହ’ ଓ ଏହାର ନେତୃତ୍ୱ ନେଇଥିବା ବକ୍ସି ଜଗବନ୍ଧୁଙ୍କ ଉପରେ ଆଧାରିତ ଧାରାବାହିକ ‘ବିଦ୍ରୋହୀ’ର ସ୍ପେଶାଲ ସ୍କ୍ରିନିଂ ସୋମବାର ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଫିଲ୍ମ ଡିଭିଜନ ଅଡିଟୋରିୟମରେ ରାତି ୮ଟାରେ ଏହି ସ୍ପେଶାଲ ସ୍କ୍ରିନିଂ ହୋଇଥିବାବେଳ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଓଡ଼ିଆ ସମାଜ ଓ ବିଦ୍ରୋହୀ ଟିମ୍‌ ଦ୍ୱାରା ଏହି ସ୍ପେଶାଲ ସ୍କ୍ରିନିଂର ଆୟୋଜନ କରାଯାଇଥିଲା। ‘ଷ୍ଟାର୍‌ ପ୍ଲସ୍‌’ ଭଳି ଜାତୀୟ ସ୍ତରର ପ୍ରମୁଖ ଏଣ୍ଟରଟେନ୍‌ମେଣ୍ଟ ଚ୍ୟାନେଲ୍‌ ଓ ହଟ୍‌ଷ୍ଟାର୍‌ ଭଳି ଲୋକପ୍ରିୟ ଓଟିଟି ପ୍ଲାଟଫର୍ମରେ ବିଦ୍ରୋହୀ ପ୍ରସାରଣ ହେଉଥିଲା। ଓଡ଼ିଶାରେ ବ୍ରିଟିଶ ଇଷ୍ଟ୍‌ ଇଣ୍ଡିଆ କମ୍ପାନୀ ବିରୋଧରେ ହୋଇଥିବା ବିଦ୍ରୋହର କାହାଣୀ ଏହି ଧାରାବାହିକରେ ରହିଛି। ଇଂରେଜମାନଙ୍କ କଠୋର ଆଇନ ବିରୋଧରେ ବୀର ପାଇକମାନଙ୍କ ଭୂମିକା, ତ୍ୟାଗ, ପରାକ୍ରମ ଓ ବିଦ୍ରୋହ ଉପରେ ଏହା ପର୍ଯ୍ୟବସିତ। ସୁବ୍ରତ ସିହ୍ନାଙ୍କ ପ୍ରଯୋଜିତ ଏହି ଧାରାବାହିକରେ ବକ୍ସି ଜଗବନ୍ଧୁଙ୍କ ଭୂମିକାରେ ଶରଦ ମାଲହୋତ୍ରା ଅଭିନୟ କରିଥିବାବେଳେ ବକ୍ସି ଜଗବନ୍ଧୁଙ୍କ ରାଣୀ ଭୂମିକାରେ ଅଭିନେତ୍ରୀ ହେମଲ ଦେବ୍‌ ଏବଂ ଓଡ଼ିଆ ଅଭିନେତ୍ରୀ ସୁଲଗ୍ନା ପାଣିଗ୍ରାହୀ ଅଭିନୟ କରିଛନ୍ତି। ଉଲ୍ଲେଖଯୋଗ୍ୟ, ବକ୍ସି ଜଗବନ୍ଧୁ ଖୋର୍ଦ୍ଧାର ଐତିହାସିକ ପାଇକ ବିଦ୍ରୋହର ପ୍ରମୁଖ ସଂଗ୍ରାମୀ ଥିଲେ। ଇତିହାସ କହେ, ଦେଶରେ ବ୍ରିଟିଶ ସରକାର ବିରୋଧରେ ବକ୍ସିଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ପାଇକ ବିଦ୍ରୋହ ଥିଲା ସ୍ବାଧୀନତା ହାସଲ ପାଇଁ ଆରମ୍ଭ ହୋଇଥିବା ବିପ୍ଳବର ପ୍ରଥମ ପାହଚ, ଯାହାର ସର୍ଦ୍ଦାର ଥିଲେ ବକ୍ସି ଜଗବନ୍ଧୁ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri