ହିଞ୍ଜିଳିକାଟୁରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ହିଞ୍ଜିଳିକାଟୁ,୮ା୭(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍‌ ଭିନିଲ୍‌ କ୍ରିଷ୍ଣା ହିଞ୍ଜିଳିକାଟୁରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ ଓ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ବୁଲି ସମୀକ୍ଷା କରିଛନ୍ତି। ଶନିବାର ହିଞ୍ଜିଳିରେ ପହଞ୍ଚି ସଚିବ ହିଞ୍ଜିଳିକାଟୁ ବ୍ଲକ ଗଣ୍ଡଳା ବେଲଗାଁସ୍ଥିତ ବେଲେଶ୍ବର ଡିଗ୍ରୀ ମହାବିଦ୍ୟାଳୟ ଓ ଶାସନ ଆମଗାଁସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟ ବୁଲି ଦେଖିବା ସହ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେଠାରୁ ହିଞ୍ଜିଳିକାଟୁ ପୌରପରିଷଦର ବସ୍‌ ଟର୍ମିନାଲ ନିକଟରେ ନିର୍ମାଣାଧୀନ ମାର୍କେଟ ବିଲ୍ଡିଂ, ମିଶନ ଶକ୍ତି କାଫେ ଓ ଆହାର କେନ୍ଦ୍ର ବୁଲି ଦେଖିଥିଲେ। ମାର୍କେଟ କମ୍ପ୍ଲେକ୍ସଠାରେ ହିଞ୍ଜିଳିକାଟୁ ବଣିକ ସଂଘ କାର୍ଯ୍ୟକର୍ତ୍ତା ଓ ବିକାଶ ମଞ୍ଚ ସଭାପତି ପ୍ରମୋଦ କୁମାର ପଣ୍ଡା ସଚିବଙ୍କୁ ଭେଟି ମାର୍କେଟ କମ୍ପ୍ଲେକ୍ସ ତଳ ସ୍ଥାନରେ ପାର୍କିଂ ନ କରି ବିସ୍ଥାପିତ ବ୍ୟବସାୟୀଙ୍କୁ ଦୋକାନ ଘର ନିର୍ମାଣ କରି ପ୍ରଦାନ ନିମନ୍ତେ ଦାବି ପତ୍ର ଦେଇଥିଲେ। ହିଞ୍ଜିଳିକାଟୁ ସ୍ବୟଂ ଶାସିତ ବିଜ୍ଞାନ କଲେଜ ଓ ପୋଚିଲିମା ଖମ୍ବେୟାଦୋରା କଲେଜ ବୁଲି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସେଠାରୁ ହିଞ୍ଜିଳିକାଟୁ ଡାକବଙ୍ଗଳାରେ ପହଞ୍ଚିଥିଲେ। ସେଠାରେ ଜିଲା ଓ ଅଞ୍ଚଳର ବିଭିନ୍ନ ଅଧିକାରୀ ଓ ନେତୃସ୍ଥାନୀୟ ବ୍ୟକ୍ତିଙ୍କ ସହ ଅଞ୍ଚଳର ବିକାଶ ସମ୍ବନ୍ଧରେ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବଙ୍କ ସହିତ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ମୁଖ୍ୟମନ୍ତ୍ରୀଙ୍କ ଉପ ସଚିବ ଶୁଭ୍ରାଂଶୁ ମିଶ୍ର, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ମ୍ୟୁନିସିପାଲିଟି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ,ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ଗ୍ରୀଟ୍‌ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ହିଞ୍ଜିଳିକାଟୁ ପୌର ବିଜେଡି ନଗର ସଭାପତି ଭୀମସେନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri