ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବାଟାଲିୟନ, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସର୍ଗୀକୃତ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ଗଠନକୁ ଅନୁମୋଦନ ଦେଇଛନ୍ତି। ଏହି ଟିମ୍ ଶ୍ରୀମନ୍ଦିର ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଭକ୍ତଙ୍କ ପାଇଁ ସୁବିଧା ଭଳି ବ୍ୟବସ୍ଥାର ଅନୁଧ୍ୟାନ କରିବେ। ଏହି ବାଟାଲିୟନରେ ପାଖାପାଖି ୧୧୯୦ କର୍ମଚାରୀ ରହିବେ ଏବଂ ପୁରୀ ଏସପିଙ୍କ ନିୟନ୍ତ୍ରଣରେ ଏହା କାର୍ଯ୍ୟ କରିବ।

ପୁରୀର ଶ୍ରୀଜଗନାଥ ମନ୍ଦିର ହିନ୍ଦୁ ଧର୍ମର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଅଟେ, ଯେଉଁଠାକୁ ବର୍ଷରେ ହଜାର ହଜାର ଭକ୍ତ ଆସିଥାନ୍ତି। କରୋନା ମହାମାରୀ ପରେ ଦୈନିକ ପଚାଶ ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିଲା ବେଳେ ଛୁଟି ସପ୍ତାହ ଶେଷ ଏବଂ ଛୁଟି ଦିନ ମାନଙ୍କରେ ଏହି ସଂଖ୍ୟା ଦୁଇରୁ ତିନି ଗୁଣା ହେଉଛି।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶେଷ ହେବା ପରେ ଏହି ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ସମସ୍ତ ପକ୍ଷର ମତାମତ ନେବା ପରେ ଫାଇଭ ଟି ତଥା ନବୀନ ଓଡ଼ିଶା ଚେୟାରମ୍ୟାନ ଭିକେ ପାଣ୍ଡିଆନଙ୍କ ପରାମର୍ଶ କ୍ରମେ ଏହି ବାଟାଲିୟନ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri