ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବାଟାଲିୟନ, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସର୍ଗୀକୃତ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ଗଠନକୁ ଅନୁମୋଦନ ଦେଇଛନ୍ତି। ଏହି ଟିମ୍ ଶ୍ରୀମନ୍ଦିର ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଭକ୍ତଙ୍କ ପାଇଁ ସୁବିଧା ଭଳି ବ୍ୟବସ୍ଥାର ଅନୁଧ୍ୟାନ କରିବେ। ଏହି ବାଟାଲିୟନରେ ପାଖାପାଖି ୧୧୯୦ କର୍ମଚାରୀ ରହିବେ ଏବଂ ପୁରୀ ଏସପିଙ୍କ ନିୟନ୍ତ୍ରଣରେ ଏହା କାର୍ଯ୍ୟ କରିବ।

ପୁରୀର ଶ୍ରୀଜଗନାଥ ମନ୍ଦିର ହିନ୍ଦୁ ଧର୍ମର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଅଟେ, ଯେଉଁଠାକୁ ବର୍ଷରେ ହଜାର ହଜାର ଭକ୍ତ ଆସିଥାନ୍ତି। କରୋନା ମହାମାରୀ ପରେ ଦୈନିକ ପଚାଶ ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିଲା ବେଳେ ଛୁଟି ସପ୍ତାହ ଶେଷ ଏବଂ ଛୁଟି ଦିନ ମାନଙ୍କରେ ଏହି ସଂଖ୍ୟା ଦୁଇରୁ ତିନି ଗୁଣା ହେଉଛି।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶେଷ ହେବା ପରେ ଏହି ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ସମସ୍ତ ପକ୍ଷର ମତାମତ ନେବା ପରେ ଫାଇଭ ଟି ତଥା ନବୀନ ଓଡ଼ିଶା ଚେୟାରମ୍ୟାନ ଭିକେ ପାଣ୍ଡିଆନଙ୍କ ପରାମର୍ଶ କ୍ରମେ ଏହି ବାଟାଲିୟନ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri