ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ଭାଜପା

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଓଡ଼ିଶାରେ ଦୀର୍ଘ ୨୩ ବର୍ଷ ହେଲା ନିରଙ୍କୁଶ ଶାସନ କରିଆସୁଥିବା ବିଜେଡିର ମନ୍ତ୍ରୀ, ବିଧାୟକ ଓ ନେତା ଆଇନ ତା’ବାଟରେ ଯିବ ବୋଲି କହୁଛନ୍ତି। ହେଲେ ସେମାନେ ନିଜେ ଅପରାଧରେ ସଂଶ୍ଳିଷ୍ଟ ହୋଇ ରାଜ୍ୟ ରାଜନୀତିକୁ ଅପରାଧୀକରଣ କରିବାରେ ପ୍ରୋତ୍ସାହିତ କରୁଛନ୍ତି। ଫଳରେ ଅରାଜକତା ସୃଷ୍ଟି ସହ ରାଜ୍ୟର ଆଇନଶୃଙ୍ଖଳା ଭଙ୍ଗ କରୁଥିବାରୁ ଭାଜପା ଏହାକୁ ଦୃଢ଼ ବିରୋଧ କରୁଛି। ଏହାକୁ ନେଇ ଏକ ସ୍ବତନ୍ତ୍ର ବିଧାନସଭା ଅଧିବେଶନ ଡାକି ଏ ବିଷୟରେ ଆଲୋଚନା କରାଯିବାର ନିହାତି ଆବଶ୍ୟକ ରହିଥିବା ଭାଜପା ବିଧାୟକ ସୋମବାର ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଇଛନ୍ତି।
ରାଜ୍ୟପାଳଙ୍କୁ ସାକ୍ଷାତ କରି ଭାଜପା ବିଧାୟକମାନେ ଏ ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ଦାବି ଜଣାଇବା ସହ କହିଛନ୍ତି ଯେ, ଦୀର୍ଘ ୨୩ ବର୍ଷର ନିରଙ୍କୁଶ ଶାସନରେ ବିଜେଡି ମନ୍ତ୍ରୀ, ବିଧାୟକ ଓ ନେତାମାନେ ସିଧାସଳଖ ହତ୍ୟା, ଯୌନ କାର୍ଯ୍ୟରେ ଲିପ୍ତ। ଆପରାଧିକ ଚେହେରା ଖୋଲିଯିବା ଭୟରେ ଏବଂ ଦୋଷ ଦୁର୍ବଳତାକୁ ଲୁଚାଇବା ପାଇଁ ରାଜ୍ୟ ସରକାର ଜାଣିଶୁଣି ବିଧାନସଭାର ଗତ ଶୀତ ଅଧିବେଶନକୁ ପୂର୍ବରୁ ବନ୍ଦ କରିଦେଲେ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି। ଏନ୍‌ସିଆର୍‌ବି ରିପୋର୍ଟ ଅନୁଯାୟୀ ୨୦୨୧-୨୨ରେ ଓଡ଼ିଶା କ୍ରାଇମ ରେଟ୍‌ରେ ୩ୟ ସ୍ଥାନ ହାସଲ କରିଛି। ଅନ୍ୟପଟେ ଏହି ପ୍ରସଙ୍ଗରେ ଭାଜପା ରାଜ୍ୟବ୍ୟାପୀ ମଣ୍ଡଳ ସ୍ତରରେ ସତ୍ୟାଗ୍ରହ କରିଛି। ରାଜଧାନୀରେ ମଧ୍ୟ ଭାଜପା ପକ୍ଷରୁ ସତ୍ୟାଗ୍ରହ କରାଯାଇଛି।
ରାଜ୍ୟ ସଭାପତି ସମୀର ମହାନ୍ତି ରାଜଧାନୀରେ ହେଉଥିବା ସତ୍ୟାଗ୍ରହରେ ଯୋଗଦେଇ କହିଛନ୍ତି, ୨୫ ବର୍ଷ ପୂର୍ତ୍ତି କରିଥିବା ବିଜେଡି ଶାସନରେ ଓଡ଼ିଶାରେ ସୁଶାସନ ନୁହେଁ କୁଶାସନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri