ମୋରଡ଼ା ପଞ୍ଚାୟତ ସମିତିର ସ୍ବତନ୍ତ୍ର ଅଧିବେଶନ

ମୋରଡ଼ା,୭ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ପଞ୍ଚାୟତ ସମିତିର ସ୍ବତନ୍ତ୍ର ସାଧାରଣ ଅଧିବେଶନ ଚିତ୍ରଡାସ୍ଥିତ ବ୍ଲକ କାଯଳୟ କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ପୀଥନାଥ ସୋରେନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଧିବେଶନରେ ବିଡିଓ ଅଣାକର ନାଏକ, ଅତିରିକ୍ତ ତହସିଲଦାର ଜୟନ୍ତ କୁମାର ସୋରେନ, ଏଇଇ ସୁଶାନ୍ତ ନାଏକ, ଏବିଡିଓ ସୁଶାନ୍ତ ରାଉଳ, ଜିପିଡିଓ ଶଙ୍କର ମୁର୍ମୁ, କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ହାମ୍ବିରା ମୁର୍ମୁ, ବ୍ଲକ ଉପାଧ୍ୟକ୍ଷା ଜେମାମଣି ମହାନ୍ତ, ଜିଲା ପରିଷଦ ସଭ୍ୟା ଝରଣା ମୁର୍ମୁ, ସଭ୍ୟ ଅଭିରାମ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ବୈଠକ ଆରମ୍ଭ ହେବା ପୂର୍ବରୁ ଚିକିଟାମାଟିଆ ସମିତି ସଭ୍ୟ ଉପେନ୍ଦ୍ର ମହାନ୍ତ ମଞ୍ଚ ତଳେ ବସିଥିଲେ, ଯାହାକୁ ନେଇ ଗୃହରେ ତୁମ୍ବି ତୋଫାନ ଦେଖା ଦେଇଥିଲା। ଚିକିଟାମାଟିଆ ପଞ୍ଚାୟତର ହାତୀ ଉପଦ୍ରବ ଗ୍ରାମରେ ରାସ୍ତା ର୍ନିମାଣ, ଲୋକଙ୍କୁ ଭତ୍ତା ନ ଥିବା, ଫୁଲଝରୀ-ଭାତଛତର ଗ୍ରାମରେ ଚାଷୀଙ୍କ ପାଇଁ ସୁବର୍ଣ୍ଣରେଖା ଶାଖା କେନାଲ ର୍ନିମାଣ, ଚିକିଟାମାଟିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବି ଆଦି ସମସ୍ୟାକୁ ନେଇ ସମିତି ସଭ୍ୟ ତଳେ ବସିଥିଲେ। ସମସ୍ୟାଗୁଡ଼କର ସମାଧାନ କରାଯିବ ବୋଲି ବିଭାଗୀୟ ଅଧିକାରୀମାନେ ପ୍ରତିଶ୍ରୁତି ଦେବାରୁ ସେ ତଳୁ ଉଠିଥିଲେ। ଏହା ପରେ ଏଇଇ ସୁଶାନ୍ତ ନାଏକ ବିକଶିତ ଗାଁ ବିକଶିତ ଓଡ଼ିଶାର ଉନ୍ନୟନମୂଳକ କାର୍ଯ୍ୟ ବାବଦରେ ଅବଗତ କରାଇଥିଲେ। ୨୦୨୪-୨୫ ଆର୍ଥିକ ବର୍ଷରେ ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ମୋରଡ଼ା ବ୍ଲକକୁ ୮୮ଟି ପ୍ରକଳ୍ପ ବାବଦରେ ୪ କୋଟି ୪ଲକ୍ଷ ୬୯ ହଜାର ୧୨୨ ଟଙ୍କା ଆସିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସେଥିରୁ ୩୦ଟି ପ୍ରକଳ୍ପ ସରିଛି, ଯେଉଁଥିରେ ୧କୋଟି ୩୨ ଲକ୍ଷ ୮୪ ହଜାର ୧୪୯ ଟଙ୍କା ଖର୍ଚ୍ଚ ହୋଇଛି l ସେହିପରି ୨୦୨୫-୨୬ ଆର୍ଥିକ ବର୍ଷରେ ୮ କୋଟି ୯ ଲକ୍ଷ ଟଙ୍କାର ପ୍ରକଳ୍ପ ମଞ୍ଜୁରୀ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨ କୋଟି ଟଙ୍କା ଆସିଛି ଏବଂ ବ୍ଲକର ମୋଟ ୧୦୦ଟି ବିଦ୍ୟାଳୟର ମରାମତି କାର୍ଯ୍ୟ ହେବ ବୋଲି ଏଇଇ ନାଏକ ସୂଚନା ଦେଇଥିଲେ। ଚଢ଼େଇ ଗାଁ ପଞ୍ଚାୟତରେ ଯକ୍ଷ୍ମା ରୋଗର ଚି଼ହ୍ନଟ ନିମନ୍ତେ ନମୁନା ସଂଗ୍ରହ ପାଇଁ ଆଶା କର୍ମୀମାନେ ଘରକୁ ଘର ଯାଉନାହାନ୍ତି ବୋଲି ସରପଞ୍ଚ ଅନୁରାଧା ସି କହିଥିଲେ । ଏହାପରେ ଉଦ୍ୟାନ କୃଷି, ପ୍ରାଣୀ ସମ୍ପଦ, ଯୋଗାଣ ଏବଂ ଅନ୍ୟ ବିଭାଗର ଅଧିକାରୀମାନେ ନିଜ ନିଜ ବିଭାଗ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଏହି ଅଧିବେଶନରେ ବ୍ଲକ ଅଧୀନ ୨୦ଟି ପଞ୍ଚାୟତର ସମିତି ସଭ୍ୟ ଏବଂ ସରପଞ୍ଚମାନେ ଉପସ୍ଥିତ ଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?