Posted inଜାତୀୟ

ସୋମବାର ପଶ୍ଚିମବଙ୍ଗ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ

କୋଲକାତା,୨୯ା୮: ବଳାତ୍କାର ନିରୋଧୀ ବିଲ୍‌ ଗୃହୀତ କରାଇବା ପାଇଁ ପଶ୍ଚିମବଙ୍ଗ ସରକାର ୨ ଦିନିଆ ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି। ସୋମବାର ବିଲ୍‌ ଆଗତ ହେବାକୁ ଥିବାବେଳେ ମଙ୍ଗଳବାର ଏହା ଉପରେ ଆଲୋଚନା ହୋଇ ଗୃହୀତ କରାଯିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଶୋଭନଦେବ ଚଟ୍ଟୋପାଧ୍ୟାୟ କହିଛନ୍ତି।

ବଳାତ୍କାରୀଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ନୂଆ ଆଇନରେ ବ୍ୟବସ୍ଥା ରହିବ। ବର୍ତ୍ତମାନର ରାଜ୍ୟ ଆଇନରେ ସଂଶୋଧନ ଆଣି ବଳାତ୍କାରୀଙ୍କୁ ମୃତ୍ୟୁଦଣ୍ଡ ଦେବା ନିମନ୍ତେ ଆସନ୍ତା ସପ୍ତାହରେ ବିଲ୍‌ ଗୃହୀତ ହେବ ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିନକ ପୂର୍ବରୁ କହିଥିଲେ।

ସୂଚନାଯୋଗ୍ୟ, ଗତ ୯ ତାରିଖରେ କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ପଶ୍ଚିମବଙ୍ଗରେ ସାମାଜିକ ଓ ରାଜନୈତିକ ଅଚଳାବସ୍ଥା ସୃଷ୍ଟି ହୋଇଥିବା ବେଳେ ଏଭଳି ଅପରାଧକୁ ରୋକିବା ପାଇଁ ଆଇନକୁ କଡ଼ାକଡ଼ି କରାଯିବ ବୋଲି ମମତା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri