୪ ଜିଲା ପାଇଁ ସ୍ବତନ୍ତ୍ର ରଣନୀତି: କୋରାପୁଟରେ ହେବ ପ୍ଲାଜ୍‌ମା ବ୍ୟାଙ୍କ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ୍‌ ପରିସ୍ଥିତି ଓ ରଣନୀତି ନେଇ ସମୀକ୍ଷା କରିଛନ୍ତି। ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ରାୟଗଡ଼ା ଜିଲାରେ ଆଞ୍ଚଳିକଭିତ୍ତିକ ରଣନୀତି ଅବଲମ୍ବନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏଥିରେ ପରାମର୍ଶ ଦେଇଛନ୍ତି।
ପ୍ରତି ୧ ଲକ୍ଷରେ ୧୦୯୬ଟି କରୋନା ପରୀକ୍ଷଣ କରି ଓଡ଼ିଶା ଜାତୀୟସ୍ତରରେ ଦୈନିକ ସର୍ବାଧିକ ଟେଷ୍ଟ କରୁଥିବା ରାଜ୍ୟ ଭାବେ ପରିଗଣିତ ହୋଇଛି। ଏଥିସହ ଏଇ ସପ୍ତାହ ମଧ୍ୟରେ ଦୈନିକ ନମୁନା ପରୀକ୍ଷା ସଂଖ୍ୟା ୫୦ ହଜାରକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରି ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ, ସମସ୍ତ ଜିଲାପାଳ ଓ ସେମାନଙ୍କ ଟିମ୍‌ ତଥା ଡାକ୍ତରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଜ୍ୟରେ କୋଭିଡ୍‌ ମୁକାବିଲା ପାଇଁ ୫୦ ଲକ୍ଷରୁ ଅଧିକ ଲୋକ ତାଲିମ ପାଇଛନ୍ତି। ଏହା ବାସ୍ତବରେ ବଡ଼ ସଫଳତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟରେ ଲକ୍ଷଣବିହୀନ ରୋଗୀଙ୍କ ସଂଖ୍ୟା ବଢୁଥିବାରୁ ଗୃହ ସଙ୍ଗରୋଧକୁ ପ୍ରୋତ୍ସାହନ ଦେବା ପାଇଁ ସେ ପରାମର୍ଶ ଦେଇଛନ୍ତି। ପ୍ଲାଜ୍‌ମାଦାତାଙ୍କ ମହତ୍‌ କାର୍ଯ୍ୟକୁ ସ୍ବୀକୃତି ଦେଇ ସେମାନଙ୍କୁ ପ୍ରଶଂସାପତ୍ର ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଭିଡ୍‌ ହସ୍ପିଟାଲରେ କାର୍ଯ୍ୟରତ କୋଭିଡ୍‌ ଯୋଦ୍ଧା ଓ ରୋଗୀଙ୍କ ମତାମତ ନେବା ପାଇଁ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିର୍ଦ୍ଦେଶ ହୋଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୫ଟି ପ୍ଲାଜ୍‌ମା ୟୁନିଟ୍‌ ସ୍ଥାପନ କରାଯାଇଛି। କୋରାପୁଟ ମେଡିକାଲ କଲେଜରେ ଆଉ ଏକ ପ୍ଲାଜ୍‌ମା ବ୍ୟାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସପ୍ତାହ ସୁଦ୍ଧା ଏହା ସ୍ଥାପନ କରାଯିବ। ରାଜ୍ୟରେ କୃଷିକାର୍ଯ୍ୟ ସୂଚାରୁରୂପେ ଚାଲିବା ଓ ଚାଷୀଙ୍କୁ ସମସ୍ୟା ନ ହେବା ପାଇଁ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନଙ୍କ ସଞ୍ଚାଳନାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri