ମାଓବାଦୀ ଦମନ ଲାଗି ହେବ ସ୍ବତନ୍ତ୍ର ରଣନୀତି: ଡିଜିପି

ଫୁଲବାଣୀ ଅଫିସ, ୧୨ା୨: ନୂତନ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ ଶୁକ୍ରବାର କନ୍ଧମାଳ ଜିଲା ଗସ୍ତ କରି ମାଓବାଦୀ ଦମନ ଉପରେ ସମୀକ୍ଷା କରିଛନ୍ତି। ମାଓବାଦୀପ୍ରବଣ ୫ଟି ଜିଲାରେ ସେମାନଙ୍କୁ ଦମନ କରାଯିବା ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ ହୋଇଛି। ହେଲେ ମାଓବାଦୀମାନେ ହିଂସା ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଡିଜିପି ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସୁରୁଖୁରୁରେ ପରିଚାଳିତ ହେବ ବୋଲି ସେ କହିଛନ୍ତି।

ଡିଜିପି ବଂଶଲ ଅପରାହ୍ନ ସାଢ଼େ ୩ଟାରେ ଜିଲା ପୋଲିସ ରିଜର୍ଭ ପଡିଆରେ ହେଲିକପ୍ଟରରୁ ଓହ୍ଲାଇଥିଲେ। ସେଠାରୁ ଜିଲା ପୋଲିସ କାର୍ଯ୍ୟାଳୟକୁ ଆସି ୫ଟି ଜିଲାର ଏସ୍‌ପିଙ୍କ ସହ ଆଲୋଚନା କରିଥିଲେ। ଗତ ସପ୍ତାହକ ମଧ୍ୟରେ ମାଓବାଦୀମାନଙ୍କ ଦ୍ୱାରା ବିଚ୍ଛାଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ ଜଣଙ୍କ ଜୀବନ ଯାଇଥିବାରୁ ତାହା ଉପରେ ଅଧିକ ଆଲୋଚନା କରିଥିଲେ। ମାଓବାଦୀ ରହୁଥିବା ସ୍ଥାନରେ କୋମ୍ବିଂକୁ ଜୋର୍‌ଦାର କରାଯିବା ସହ ଗୋଇନ୍ଦା ରିପୋର୍ଟକୁ ଡିଜିପି ପ୍ରାଧାନ୍ୟ ଦେଇଥିଲେ। ସମୀକ୍ଷା ବୈଠକରେ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର, ରାଜ୍ୟ ଗୋଇନ୍ଦା ନିର୍ଦ୍ଦେଶକ ଲଳିତ କୁମାର ଦାସ, ସ୍ପେଶାଲ ଡିଜି ଏସ୍‌ଏପି ମନୋଜ କୁମାର ଛାବ୍ରା, ଆଇଜି ଅପରେଶନ ଅମିତାଭ ଠାକୁର, ଡିଆଇଜି ଏସ୍‌ଆଇଡବ୍ଲ୍ୟୁ ଅନିରୁଦ୍ଧ ସିଂ, ଆଇଜି ବିଏସ୍‌ଏଫ ଏସ୍‌. ବୁଦ୍ଧକୋଟି, କଳାହାଣ୍ଡି ଏସ୍‌ପି ଶ୍ରବଣ ବିବେକ, ବରଗଡ ଏସ୍‌ପି ରାହୁଲ ଜୈନ, ବଲାଙ୍ଗୀର ଏସ୍‌ପି ନୀତିନ କୁଶଲକର, ବୌଦ୍ଧ ଏସ୍‌ପି ଜ୍ଞାନରଞ୍ଜନ ମହାନ୍ତି, କନ୍ଧମାଳ ଏସ୍‌ପି ବିନୀତ ଅଗ୍ରୱାଲ, ବାଲିଗୁଡା ଏସ୍‌ଡିପିଓ ଜି.ରାଘବେନ୍ଦ୍ର ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ୮ ତାରିଖରେ ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ କିଆମୁଣ୍ଡା ଗ୍ରାମ ପାଖରେ ରାସ୍ତା ନିର୍ମାଣକୁ ବିରୋଧ କରି ମାଓବାଦୀମାନେ ଏକ ଠିକା ସଂସ୍ଥାର ଜେସିବି, ପୋକ୍‌ଲିନ ମେଶିନ ପୋଡିଦେଇଥିଲେ। ଉକ୍ତ ଅଞ୍ଚଳରେ ସେମାନେ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୯ ତାରିଖରେ କିଆମୁଣ୍ଡା ଗ୍ରାମର ପିଙ୍କୁ କହଁରଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଗତ ୫ ତାରିଖରେ କଳାହାଣ୍ଡି ଜିଲା ମ. ରାମପୁର ବ୍ଳକରେ ବିଛାଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ‘ଧରିତ୍ରୀ’ର ମୋହନଗିରି ଖବରଦାତା ରୋହିତ ବିଶ୍ୱାଳଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri