ମାଓବାଦୀ ଦମନ ଲାଗି ହେବ ସ୍ବତନ୍ତ୍ର ରଣନୀତି: ଡିଜିପି

ଫୁଲବାଣୀ ଅଫିସ, ୧୨ା୨: ନୂତନ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ ଶୁକ୍ରବାର କନ୍ଧମାଳ ଜିଲା ଗସ୍ତ କରି ମାଓବାଦୀ ଦମନ ଉପରେ ସମୀକ୍ଷା କରିଛନ୍ତି। ମାଓବାଦୀପ୍ରବଣ ୫ଟି ଜିଲାରେ ସେମାନଙ୍କୁ ଦମନ କରାଯିବା ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ ହୋଇଛି। ହେଲେ ମାଓବାଦୀମାନେ ହିଂସା ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଡିଜିପି ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସୁରୁଖୁରୁରେ ପରିଚାଳିତ ହେବ ବୋଲି ସେ କହିଛନ୍ତି।

ଡିଜିପି ବଂଶଲ ଅପରାହ୍ନ ସାଢ଼େ ୩ଟାରେ ଜିଲା ପୋଲିସ ରିଜର୍ଭ ପଡିଆରେ ହେଲିକପ୍ଟରରୁ ଓହ୍ଲାଇଥିଲେ। ସେଠାରୁ ଜିଲା ପୋଲିସ କାର୍ଯ୍ୟାଳୟକୁ ଆସି ୫ଟି ଜିଲାର ଏସ୍‌ପିଙ୍କ ସହ ଆଲୋଚନା କରିଥିଲେ। ଗତ ସପ୍ତାହକ ମଧ୍ୟରେ ମାଓବାଦୀମାନଙ୍କ ଦ୍ୱାରା ବିଚ୍ଛାଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ ଜଣଙ୍କ ଜୀବନ ଯାଇଥିବାରୁ ତାହା ଉପରେ ଅଧିକ ଆଲୋଚନା କରିଥିଲେ। ମାଓବାଦୀ ରହୁଥିବା ସ୍ଥାନରେ କୋମ୍ବିଂକୁ ଜୋର୍‌ଦାର କରାଯିବା ସହ ଗୋଇନ୍ଦା ରିପୋର୍ଟକୁ ଡିଜିପି ପ୍ରାଧାନ୍ୟ ଦେଇଥିଲେ। ସମୀକ୍ଷା ବୈଠକରେ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର, ରାଜ୍ୟ ଗୋଇନ୍ଦା ନିର୍ଦ୍ଦେଶକ ଲଳିତ କୁମାର ଦାସ, ସ୍ପେଶାଲ ଡିଜି ଏସ୍‌ଏପି ମନୋଜ କୁମାର ଛାବ୍ରା, ଆଇଜି ଅପରେଶନ ଅମିତାଭ ଠାକୁର, ଡିଆଇଜି ଏସ୍‌ଆଇଡବ୍ଲ୍ୟୁ ଅନିରୁଦ୍ଧ ସିଂ, ଆଇଜି ବିଏସ୍‌ଏଫ ଏସ୍‌. ବୁଦ୍ଧକୋଟି, କଳାହାଣ୍ଡି ଏସ୍‌ପି ଶ୍ରବଣ ବିବେକ, ବରଗଡ ଏସ୍‌ପି ରାହୁଲ ଜୈନ, ବଲାଙ୍ଗୀର ଏସ୍‌ପି ନୀତିନ କୁଶଲକର, ବୌଦ୍ଧ ଏସ୍‌ପି ଜ୍ଞାନରଞ୍ଜନ ମହାନ୍ତି, କନ୍ଧମାଳ ଏସ୍‌ପି ବିନୀତ ଅଗ୍ରୱାଲ, ବାଲିଗୁଡା ଏସ୍‌ଡିପିଓ ଜି.ରାଘବେନ୍ଦ୍ର ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ୮ ତାରିଖରେ ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ କିଆମୁଣ୍ଡା ଗ୍ରାମ ପାଖରେ ରାସ୍ତା ନିର୍ମାଣକୁ ବିରୋଧ କରି ମାଓବାଦୀମାନେ ଏକ ଠିକା ସଂସ୍ଥାର ଜେସିବି, ପୋକ୍‌ଲିନ ମେଶିନ ପୋଡିଦେଇଥିଲେ। ଉକ୍ତ ଅଞ୍ଚଳରେ ସେମାନେ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୯ ତାରିଖରେ କିଆମୁଣ୍ଡା ଗ୍ରାମର ପିଙ୍କୁ କହଁରଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଗତ ୫ ତାରିଖରେ କଳାହାଣ୍ଡି ଜିଲା ମ. ରାମପୁର ବ୍ଳକରେ ବିଛାଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ‘ଧରିତ୍ରୀ’ର ମୋହନଗିରି ଖବରଦାତା ରୋହିତ ବିଶ୍ୱାଳଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri