ହାତୀ ମୃତ୍ୟୁକୁ ନେଇ ସ୍ବତନ୍ତ୍ର ଟିମ୍‌ର ତଦନ୍ତ: ସିବିଆଇ ତଦନ୍ତ ଦାବିକଲା ଭଞ୍ଜସେନା

ବାରିପଦା ଅଫିସ,୧୨।୧୨: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନରେ ଦନ୍ତାହାତୀର ଶିକାର ଓ ପ୍ରମାଣ ନଷ୍ଟ ଘଟଣାରେ ସୋମବାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି। ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ କାର୍ଯ୍ୟାଳୟ ଭୁବନେଶ୍ୱରରୁ ଏକ ସ୍ବତନ୍ତ୍ର ଟିମ୍‌ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।

ଅନ୍ୟପକ୍ଷେ ହାତୀ ମୃତ୍ୟ ଘଟଣାର ତଦନ୍ତକୁ ନେଇ ଭଞ୍ଜସେନା ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଘଟଣା ଯାଞ୍ଚ ସିବିଆଇ ଦ୍ୱାରା କରିବା ପାଇଁ ଭଞ୍ଜସେନା ଦାବି କରିଛି। ସୂଚନାଯୋଗ୍ୟ, ଜେନାବିଲ ରେଞ୍ଜର ଗୁରାଣ୍ଡିଆ ସେକ୍ସନ ଅଞ୍ଚଳରେ ୧୫ଦିନ ତଳେ ଏକ ଦନ୍ତାହାତୀକୁ ଶିକାର କରାଯାଇଥିଲା। ଶିକାରୀମାନେ ଦାନ୍ତ କାଟିନେବା ପରେ ବିଭାଗୀୟ କର୍ମଚାରୀମାନେ ଦୋଷ ଲୁଚାଇବା ପାଇ ପ୍ରମାଣ ନଷ୍ଟକରି ମୃତଦେହକୁ ପୋଡ଼ିଦେଇଥିଲେ। ଅବଶିଷ୍ଟ ଦେହାବଶେଷକୁ ନିକଟସ୍ଥ ନଦୀରେ ଭସାଇଦେବା ବେଳେ ସ୍ଥାନୀୟ ବକୁଆ ଗ୍ରାମବାସୀ କ୍ଷେତ୍ର ନିର୍ଦ୍ଦେଶକଙ୍କୁ ଜଣାଇଥିଲେ। ବନ ବିଭାଗର ୭ଟି ଟିମ୍‌ରେ ୫୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଘଟଣାସ୍ଥଳ ପରିଦର୍ଶନକରି ତଦନ୍ତ ପରେ ସତ୍ୟତା ଜାଣିବାକୁ ପାଇଥିଲେ। ପରେ ୩ଜଣ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିଲା।

ଏହିଭଳି ଏକ ସମ୍ବେଦନଶୀଳ ଘଟଣାକୁ ନେଇ ରାଜ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ଏହି ଘଟଣାରେ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ କାର୍ଯ୍ୟାଳୟ ଭୁବନେଶ୍ୱରର ସିସିଏଫ୍‌ ମନୋଜ ନାୟାରଙ୍କ ସମେତ ଏକ ଅଧିକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏହି ସଂକ୍ରାନ୍ତରେ ଆଞ୍ଚଳିକ ବନ୍ୟପ୍ରାଣୀ କ୍ଷେତ୍ର ନିର୍ଦ୍ଦେଶକ ଟି. ଅଶୋକ କୁମାର କହନ୍ତି, ନିଲମ୍ବିତ କର୍ମଚାରୀମାନେ ନିଜ ଦୋଷ ସ୍ବୀକାର କରିଛନ୍ତି। ତଦନ୍ତ ପରେ ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ କର୍ମଚାରୀଙ୍କ ବିରୋଧରେ ମଧ୍ୟ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଶେଷରେ ଆଇନ ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ହାତୀ ଭଳି ଅନେକ ଜୀବଜନ୍ତୁଙ୍କୁ ଶିକାର କରି ପ୍ରମାଣ ନଷ୍ଟ ହେଉଥିବା ନେଇ ଅଞ୍ଚଳବାସୀ ସନ୍ଦେହ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri