ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପ୍ଲାନ୍‌

ପୁରୀ ଅଫିସ,୧୭।୬:ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଗୁରୁବାର ପୁରୀ ଜିଲା ପୋଲିସ କାର୍ଯ୍ୟାଳୟରେ ପୋଲିସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଆର୍‌. କେ. ଶର୍ମା ଅଧ୍ୟକ୍ଷତା କରିଥିଲେ। ସ୍ନାନଯାତ୍ରା ଭଳି ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସବୁ ଦିଗକୁ ଧ୍ୟାନ ଦିଆଯାଇ ପ୍ରସ୍ତୁତି କରାଯିବ। ଟ୍ରାଫିକ୍‌ ପୁରୀ ସହରର ସବୁଠାରୁ ବଡ଼ ସମସ୍ୟା ହୋଇଥିବାରୁ ସେନେଇ ସ୍ବତନ୍ତ୍ର ପ୍ଲାନ୍‌ କରାଯିବ। ସମନ୍ବିତ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ହେବ। କର୍ଡନ ଓ ରଥଟଣା ଦାୟିତ୍ୱରେ ବରିଷ୍ଠ ପଦାଧିକାରୀମାନେ ରହିବେ। ୩ ଆଇଜିଙ୍କୁ ସିନିୟର ସୁପରଭାଇଜର ଅଫିସର ଭାବେ ଦାୟିତ୍ୱ ଦିଆଯାଇଛି। ସେମାନେ ହେଲେ ଅପରେଶନ୍‌ ଆଇଜି, ମୁଖ୍ୟାଳୟ ଆଇଜି ଏବଂ ପଶ୍ଚିମାଞ୍ଚଳ ଆଇଜି। ସେହିଭଳି ୩ଜଣ ଡିଆଇଜି, ଏସ୍‌ଆଇଡବ୍ଲ୍ୟୁ, ଏସ୍‌ଟିଏଫ୍‌ ଏବଂ ଭୁବନେଶ୍ୱର ଅତିରିକ୍ତ କମିଶନର ଦାୟିତ୍ୱରେ ରହିବେ। ଶ୍ରୀମନ୍ଦିର ଭିତରେ ଓ ବାହାରେ ବଛା ବଛା ପୋଲିସ ଅଧିକାରୀଙ୍କୁ ଦାୟିତ୍ୱରେ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଶର୍ମା ଏହି ସୂଚନା ଦେଇଛନ୍ତି।
ଶର୍ମା କହିଛନ୍ତି, ରଥଯାତ୍ରାରେ ସମ୍ବେଦନଶୀଳ ସ୍ଥାନରେ ପୋଲିସ ମୁତୟନଠାରୁ ସ୍ବତନ୍ତ୍ର ଟ୍ରାଫିକ୍‌ ପ୍ଲାନିଂ ଉପରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ପୁରୀ ଜିଲାର ବରିଷ୍ଠ ପୋଲିସ ଅଧିକାରୀମାନେ ବୈଠକରେ ଉପସ୍ଥିତ ରହି ନିଜ ମତ ରଖିଥିଲେ। ପୋଲିସ ପ୍ରଶାସନ ଉଦ୍ୟମରେ ଶାନ୍ତିଶୃଙ୍ଖଳାରେ ଦେବସ୍ନାନ ଯାତ୍ରା ସମ୍ପନ୍ନ ହୋଇଛି। ସେଥିପାଇଁ ପୁରୀ ସହରବାସୀଙ୍କ ସହ ପୁରୀ ପୋଲିସକୁ ଧନ୍ୟବାଦ ଜଣାଉଛି। ଆଗାମୀ ଜୁଲାଇ ୧ ତାରିଖ ରଥଯାତ୍ରାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଯାହାସବୁ ନୀତିକାନ୍ତି ଚାଲିବ, ତାହା କିପରି ସୁରୁଖୁରୁରେ ସମ୍ପନ୍ନ ହେବ ସେ କ୍ଷେତ୍ରରେ ପୋଲିସ ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏଥିସହ ଶାନ୍ତି ଶୃଙ୍ଖଳାରେ ରଥଯାତ୍ରା ସାରିବା ଉପରେ ଧ୍ୟାନ ଦିଆଯାଉଛି। ଭକ୍ତଙ୍କ ସୁବିଧା ଉପରେ ସ୍ବତନ୍ତ୍ର ଧ୍ୟାନ ରହିବ। ମନ୍ଦିର ଭିତର ଓ ବାହାର ସମେତ ରଥ ନିକଟରେ ବ୍ୟାପକ ପୋଲିସ ମୁତୟନ ହେବେ। ପୁରୀ ସହର ସାରା ସିସିଟିଭି କ୍ୟାମେରା ଲଗାଯିବ। ସିସିଟିଭି ଉପରେ ପୋଲିସର ଏକ ଟିମ୍‌ ନଜର ରଖିବେ। ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡଲାଇନ୍‌ ନିର୍ଦ୍ଦେଶନାମା ରଥଯାତ୍ରା ସମୟରେ ଯାହା ରହିବ, ତାହାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ପୁରୀ ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି, ସୁରକ୍ଷିତ ଓ ଶୃଙ୍ଖଳିତ ରଥଯାତ୍ରା ପାଇଁ ଯାହା ପଦକ୍ଷେପ ନେବା ଦରକାର ସେନେଇ କ୍ଷେତ୍ର ପ୍ରସ୍ତୁତ କରାଯାଉଛି। ରଥଯାତ୍ରାରେ ବିପୁଳ ଜନ ସମାଗମ ଆଶା କରାଯାଉଥିବାରୁ ପୋଲିସ ବିଭାଗ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ହେବ ବୋଲି ଏସ୍‌ପି ପ୍ରକାଶ କରିଥିଲେ। ବୈଠକରେ ଆଇଜି ଅମିତାଭ ଠାକୁର, ନରସିଂହ ଭୋଳ, ସତ୍ୟବ୍ରତ ଭୋଇ, ଏସ୍‌. ଦେବଦତ୍ତ ସିଂ, ଡିଆଇଜି ଅନିରୁଦ୍ଧ କୁମାର ସିଂ, ଜେ.ଏନ୍‌.ପଙ୍କଜ ଏବଂ ଭୁବନେଶ୍ୱର ଏସିପି ଉମାଶଙ୍କର ଦାସଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?