ସିଭିଲ୍‌ ସର୍ଭିସ୍‌ ପ୍ରିଲିମ୍‌ ପରୀକ୍ଷା ପାଇଁ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୬ା୯(ବ୍ୟୁରୋ)-ୟୁପିଏସ୍‌ସି ଦ୍ୱାରା ପରିଚାଳିତ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଅକ୍ଟୋବର ୪ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷାର୍ଥୀଙ୍କ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ଆସନ୍ତା ୩ ତାରିଖରେ ରାଜ୍ୟରେ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ। ରେଳ ମନ୍ତ୍ରଣାଳୟର ନିର୍ଦ୍ଦେଶପରେ ଶନିବାର ଏନେଇ ପୂର୍ବତଟ ରେଳପଥ ଘୋଷଣା କରିଛି। ଦିଆଯାଇଥିବା ସୂଚନାନୁସାରେ, ବ୍ରହ୍ମପୁର, କେନ୍ଦୁଝରଗଡ଼, ଖରିଆର ରୋଡ୍‌ ଏବଂ ଇଚ୍ଛାପୁରମ୍‌ ରେଳ ଷ୍ଟେଶନରୁ ଅପରାହ୍ନ ୪ଟାରେ ସ୍ବତନ୍ତ୍ର ଟ୍ରେନ୍‌ ଛାଡ଼ିବ ଓ ସେହିଦିନ ସନ୍ଧ୍ୟା ସୁଦ୍ଧା ଗନ୍ତବ୍ୟସ୍ଥଳରେ ପହଞ୍ଚତ୍ବ। ସେହିଭଳି ଭୋର୍‌ ୫ଟା ଓ ଅପରାହ୍ନ ୧ଟାରେ କୋରାପୁଟରୁ ଦୁଇଟି ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌ ବାହାରି ସନ୍ଧ୍ୟାରେ ପରୀକ୍ଷା ହେଉଥିବା ସହରରେ ପହଞ୍ଚତ୍ବ। ବ୍ରହ୍ମପୁର-କଟକ ମେମୁ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌, କେନ୍ଦୁଝରଗଡ଼-କଟକ ମେମୁ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌, ଇଚ୍ଛାପୁରମ୍‌-ବିଶାଖାପାଟଣା ମେମୁ, ଖରିଆର ରୋଡ୍‌-ସମ୍ବଲପୁର ପରୀକ୍ଷା ସ୍ବତନ୍ତ୍ର, କୋରାପୁଟ-କଟକ ପାସେଞ୍ଜର ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌, କୋରାପୁଟ-ବିଶାଖାପାଟଣା ପାସେଞ୍ଜର ପରୀକ୍ଷା ସ୍ବତନ୍ତ୍ର, ରାଉରକେଲା-କଟକ ଭାୟା ଝାରସୁଗୁଡ଼ା ପରୀକ୍ଷା ସ୍ବତନ୍ତ୍ର, ବାରିପଦା-କଟକ ପରୀକ୍ଷା ସ୍ବତନ୍ତ୍ର ଏବଂ ବିଜୟଓ୍ବାଡ଼ା-ବିଶାଖାପାଟଣା ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌ ପୂର୍ବତଟ ରେଳପଥ ଅଧୀନରେ ପରୀକ୍ଷାର୍ଥୀଙ୍କୁ ସେବା ଯୋଗାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?