Train derail: କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ପରେ ଫସି ରହିଛନ୍ତି ଯାତ୍ରୀ, କରାଗଲା ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା

ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହୋଇଛି। ଏହି ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ଆହତଙ୍କ ଚିକିତ୍ସା ଜାରି ରହିଥିବା ବେଳେ ଫସି ରହିଥିବା ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବା ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱରରୁ ସ୍ବତନ୍ତ୍ର ଟ୍ରେନ୍‌ ବାହାରିଥିବା ବେଳେ ଏହା ନରାଜ ଦେଇ ଯିବ। ଅଧାରେ ଫସିଥିବା ଯାତ୍ରୀଙ୍କୁ ନେଇ ଟ୍ରେନ୍‌ଟି ଗନ୍ତବ୍ୟସ୍ଥଳରେ ପହଞ୍ଚାଇବ ବୋଲି ଜଣାପଡ଼ିଛି।

ସୂଚନା ଥାଉ କି, କାମାକ୍ଷା ଏକ୍ସପ୍ରେସ (ନଂ ୧୨୫୫୧) ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ନିର୍ଗୁଣ୍ଡିଠାରେ ମଧ୍ୟାହ୍ନରେ ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଘଟଣାସ୍ଥଳରେ ରେଳବାହିନୀ ଟିମ୍‌ ପହଞ୍ଚିଥିବା ଜଣାପଡ଼ିଛି। ଆର୍‌ପିଏଫ୍‌ ଏବଂ ଜିଆର୍‌ପିଏଫ୍‌ ଏବଂ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟ କରୁଥିବା ଜଣାପଡ଼ିଛି। ହେଲେ ଟ୍ରେନ୍‌ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ।

ଅପରପକ୍ଷେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍‌ଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା କରାଯାଇଛି। ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା ରୋଡ୍‌ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫, ଭଦ୍ରକ ପାଇଁ ହେଲ୍ପ ଲାଇନ ନଂ- ୯୪୩୭୪୪୩୪୬୯ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri