ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ ଉଦ୍‌ଘାଟନୀ ସ୍ପେଶାଲ ଟ୍ରେନ୍‌ ସୋମବାର ଅପରାହ୍ନ ୧ଟାରେ ପୁରୀ ଷ୍ଟେଶନରୁ ଛାଡ଼ିବ। ପୂର୍ବତଟ ରେଳପଥ ପକ୍ଷରୁ ଏନେଇ ନୋଟିସ ଜାରି କରାଯାଇଛି।
ଟ୍ରେନ୍‌ଟି ଖୋର୍ଦ୍ଧା ରୋଡ୍‌, ଭୁବନେଶ୍ୱର, ନରାଜ ମାର୍ଥାପୁର, ଢେଙ୍କାନାଳ, ତାଳଚେର ରୋଡ, ଅନୁଗୋଳ, ବଇଣ୍ଡା, ରାଇରଖୋଲ, ସମ୍ବଲପୁର, ବରଗଡ଼ ରୋଡ, ବଲାଙ୍ଗୀର, ଟିଟିଲାଗଡ଼, କେସିଙ୍ଗା, ମୁନିଗୁଡ଼ା, ରାୟଗଡ଼ା, ଟିକିରି, ଲକ୍ଷ୍ମୀପୁର ରୋଡ, କାକିରିଗୁମ୍ମା ଓ ଦାମନଯୋଡ଼ି ଦେଇ ମଙ୍ଗଳବାର ସକାଳ ୫ଟା ୨୦ ମିନିଟ୍‌ରେ କୋରାପୁଟରେ ପହଞ୍ଚିବ। ରେଳ କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ, ଏହି ଉଦ୍‌ଘାଟନୀ ସ୍ବତନ୍ତ୍ର ଟ୍ରେନ୍‌ର ସମୟ ସୂଚୀ ଅସ୍ଥାୟୀ ରହିଛି ଏବଂ ଆବଶ୍ୟକତା ଅନୁସାରେ ପରିବର୍ତ୍ତନ ହୋଇପାରେ। ନିୟମିତ ୧୮୪୦୭/୧୮୪୦୮ ପୁରୀ-କୋରାପୁଟ-ପୁରୀ ତ୍ରି-ସାପ୍ତାହିକ ଏକ୍ସପ୍ରେସର ବାଣିଜି୍ୟକ ଚଳାଚଳ ସମ୍ପର୍କିତ ସ୍ବତନ୍ତ୍ର ବିଜ୍ଞପ୍ତି ପରେ ପ୍ରକାଶ ପାଇବ ବୋଲି ପୂର୍ବତଟ ରେଳ ବିଭାଗ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ

ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ଛାତ୍ରୀଙ୍କୁ ପକେଟ ମନି ଦେବେ ସରକାର! ମିଳିବ ୨,୦୦୦ ଟଙ୍କା, ଜାଣନ୍ତୁ କିଏ ପାଇବେ ଲାଭ

ମୁମ୍ବାଇ , ୨୦।୮: ମହାରାଷ୍ଟ୍ରରେ ଉଚ୍ଚଶିକ୍ଷା ହାସଲ କରୁଥିବା ଛାତ୍ରୀମାନଙ୍କ ପାଇଁ ସରକାର ଏକ ନୂଆ ପଦକ୍ଷେପ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଛାତ୍ରୀମାନଙ୍କୁ ଆର୍ଥିକ ସହାୟତା…

ମଣ୍ଡପରେ ବରଙ୍କ ମୁହଁ ଦେଖି ଚମକିଗଲେ କନ୍ୟା, ଶିଶୁପାଳ ହୋଇ ଫେରିଲେ ବର

ଚଣ୍ଡିଗଡ଼,୨୦ା୮: ପଞ୍ଜାବର ଫିରୋଜପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ବିବାହ ସମୟରେ ବରକୁ ଦେଖିବା ପରେ କନ୍ୟା ସ୍ପଷ୍ଟ ଭାବେ ବିବାହ କରିବାକୁ ମନା…

‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼

ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri