ଦକ୍ଷିଣ ଭାରତ ବୁଲିବାକୁ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୨।୧: ପରିଭ୍ରମଣକାରୀମାନଙ୍କ ପାଇଁ ରେଳବାଇ ପକ୍ଷରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ଉକ୍ତ ଟ୍ରେନ୍‌ର ନାମ ରହିଛି ‘ଭାରତ ଦର୍ଶନ’, ଯେଉଁଥିରେ ପର୍ଯ୍ୟଟକମାନଙ୍କୁ ଦକ୍ଷିଣ ଭାରତର ସମସ୍ତ ପର୍ଯ୍ୟଟନସ୍ଥଳ ଓ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପରିଦର୍ଶନ କରାଇବାର ଯୋଜନା ରହିଛି। ଏହି ଟ୍ରେନ୍‌ରେ ପରିଭ୍ରମଣକାରୀମାନେ ୮ ଦିନ ଓ ୭ ରାତି ଭ୍ରମଣ କରିବାର ବ୍ୟବସ୍ଥା ରହିଛି। ଟ୍ରେନଟି ଭୁବନେଶ୍ୱରରୁ ୨ ଜାନୁୟାରୀ ରାତି ୧୦ଟାରୁ ବାହାରି ରାମେଶ୍ୱରମ୍‌, ମଦୁରାଇ ଓ ତିରୁପତି ଭଳି ସ୍ଥାନକୁ ଯିବ ବୋଲି ସୂଚନା ମିଳିଛି। ଆଶୟୀ ପରିଭ୍ରମଣକାରୀମାନଙ୍କୁ ମାତ୍ର ୮୦୮୫ ଟଙ୍କାର ପ୍ୟାକେଜ ଗ୍ରହଣ କରିବାକୁ ହେବ। ଯେଉଁଥିରେ ଆଠ ଦିନ ପରିଭ୍ରମଣର ସମସ୍ତ ଖର୍ଚ୍ଚ ସହ ଶାକାହାରି ଖାଦ୍ୟ, ପର୍ଯ୍ୟଟକଙ୍କ ପାଇଁ ବସ୍‌, ରହିବା ପାଇଁ ଘର ସହ ସୁରକ୍ଷାକର୍ମୀ ଓ ପରିଭ୍ରମଣ ବୀମା ରେଳବାଇ ପକ୍ଷରୁ ଯୋଗାଇଦିଆଯିବ ବୋଲି ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଟ୍ରେନ୍‌ଟି ଭୁବନେଶ୍ୱର, ବ୍ରହ୍ମପୁର, ସିକାକୁଲମ୍‌, ବିଜୟନଗରମ୍‌, ବିଜୟୱାଡା ଠାରୁ ଯାତ୍ରୀମାନେ ଯାଇପାରିବେ ବୋଲି ରେଳବାଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri