ଦକ୍ଷିଣ ଭାରତ ବୁଲିବାକୁ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୨।୧: ପରିଭ୍ରମଣକାରୀମାନଙ୍କ ପାଇଁ ରେଳବାଇ ପକ୍ଷରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ଉକ୍ତ ଟ୍ରେନ୍‌ର ନାମ ରହିଛି ‘ଭାରତ ଦର୍ଶନ’, ଯେଉଁଥିରେ ପର୍ଯ୍ୟଟକମାନଙ୍କୁ ଦକ୍ଷିଣ ଭାରତର ସମସ୍ତ ପର୍ଯ୍ୟଟନସ୍ଥଳ ଓ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପରିଦର୍ଶନ କରାଇବାର ଯୋଜନା ରହିଛି। ଏହି ଟ୍ରେନ୍‌ରେ ପରିଭ୍ରମଣକାରୀମାନେ ୮ ଦିନ ଓ ୭ ରାତି ଭ୍ରମଣ କରିବାର ବ୍ୟବସ୍ଥା ରହିଛି। ଟ୍ରେନଟି ଭୁବନେଶ୍ୱରରୁ ୨ ଜାନୁୟାରୀ ରାତି ୧୦ଟାରୁ ବାହାରି ରାମେଶ୍ୱରମ୍‌, ମଦୁରାଇ ଓ ତିରୁପତି ଭଳି ସ୍ଥାନକୁ ଯିବ ବୋଲି ସୂଚନା ମିଳିଛି। ଆଶୟୀ ପରିଭ୍ରମଣକାରୀମାନଙ୍କୁ ମାତ୍ର ୮୦୮୫ ଟଙ୍କାର ପ୍ୟାକେଜ ଗ୍ରହଣ କରିବାକୁ ହେବ। ଯେଉଁଥିରେ ଆଠ ଦିନ ପରିଭ୍ରମଣର ସମସ୍ତ ଖର୍ଚ୍ଚ ସହ ଶାକାହାରି ଖାଦ୍ୟ, ପର୍ଯ୍ୟଟକଙ୍କ ପାଇଁ ବସ୍‌, ରହିବା ପାଇଁ ଘର ସହ ସୁରକ୍ଷାକର୍ମୀ ଓ ପରିଭ୍ରମଣ ବୀମା ରେଳବାଇ ପକ୍ଷରୁ ଯୋଗାଇଦିଆଯିବ ବୋଲି ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଟ୍ରେନ୍‌ଟି ଭୁବନେଶ୍ୱର, ବ୍ରହ୍ମପୁର, ସିକାକୁଲମ୍‌, ବିଜୟନଗରମ୍‌, ବିଜୟୱାଡା ଠାରୁ ଯାତ୍ରୀମାନେ ଯାଇପାରିବେ ବୋଲି ରେଳବାଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri