ଆଇଏଫଏଫଆଇ ୨୦୨୨ରେ ଲତା ଦିଦି, ବାପି ଲାହିରିଙ୍କୁ ଦିଆଯିବ ବିଶେଷ ଶ୍ରଦ୍ଧାଞ୍ଜଳି

ମୁମ୍ବାଇ: ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ(ଆଇଏଫଏଫଆଇ ୨୦୨୨) ଏଥର ସ୍ୱତନ୍ତ୍ର ହେବାକୁ ଯାଉଛି । କାରଣ ଏଥର ଏହି ଉତ୍ସବରେ ଭାରତୀୟ ସିନେମାର ମହାନ୍ ବ୍ୟକ୍ତିତ୍ୱଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ମନୋରଞ୍ଜନ ଦୁନିଆ ଯେଉଁମାନଙ୍କୁ ହରାଇଛି ସେମାନଙ୍କ ଚଳଚ୍ଚିତ୍ର ଗୋଆରେ ଅନୁଷ୍ଠିତ ୫୩ ତମ ସଂସ୍କରଣରେ ପ୍ରଦର୍ଶିତ ହେବ । ଏମାନଙ୍କ ମଧ୍ୟରେ ରହିଛନ୍ତି ଲତା ମଙ୍ଗେସକର, ବାପି ଲାହିରି, ଗାୟକ କେକେ, ସାୱନ କୁମାର ଟାକ ସମେତ ୧୭ ବ୍ୟକ୍ତିଙ୍କର ସିନେମାରେ ଅନୁକରଣୀୟ ଯୋଗଦାନକୁ ପୁଣିଥରେ ସ୍ମୃତି ଚାରଣ କରାଯିବ ।
ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଏସିଆର ସର୍ବ ପୁରାତନ ଓ ଭାରତର ସର୍ବବୃହତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ବୋଲି କୁହାଯାଏ । ଆଇଏଫଏଫଆଇ ଅନ୍ତର୍ଜାତୀୟ ଫେଡେରେଶନ ଅଫ ଫିଲ୍ମ ପ୍ରଡ୍ୟୁସର ଆସୋସିଏସନ ସହ ଜଡିତ । ପ୍ରତିବର୍ଷ ଏହି ଉତ୍ସବ ସିନେମା ଜଗତର ସର୍ବୋତ୍ତମ କାର୍ଯ୍ୟଗୁଡିକୁ ପ୍ରଶଂସା କରିଥାଏ ଓ ଭାରତ ସମେତ ସମଗ୍ର ବିଶ୍ୱର ସର୍ବୋତମ ଚଳଚ୍ଚିତ୍ର ପ୍ରଦର୍ଶିତ କରାଯାଇଥାଏ ।
ଚଳିତ ବର୍ଷ ଭାରତୀୟ ଅନ୍ତର୍ଜାତୀୟ ଫିଲ୍ମ ମହୋତ୍ସବର ଆୟୋଜନ ୨୦-୨୮ ନଭେମ୍ବର ପର୍ଯ୍ୟନ୍ତ ଗୋଆରେ ହେବାକୁ ଯାଉଛି । ଏହି ସମୟରେ ବାପି ଲାହିରିଙ୍କୁ ଫିଲ୍ମ ‘ଡିସ୍କୋ ଡ୍ୟାନ୍ସର’, ଲତା ମଙ୍ଗେସକରଙ୍କୁ ଅମିତାଭ ବଚ୍ଚନ ଓ ଜୟା ବଚ୍ଚନଙ୍କ ଅଭିନୀତ ମୁଭି ‘ଅଭିମାନ’ ଓ ସିଙ୍ଗର କେକେଙ୍କୁ ‘ଭୁଲ ଭୁଲେୟା’ ମାଧ୍ୟମରେ ମନେପକାଇବେ ଦର୍ଶକେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?