ନିମନ୍ତ୍ରଣରେ ସ୍ବତନ୍ତ୍ର ଶାକାହାରୀ ଥାଳି

ଭୁବନେଶ୍ୱର,୨୦।୬(ବନ୍ଦନା ସେଠୀ): ରଥଯାତ୍ରା ଅବସରରେ ଓଟିଡିସି ପକ୍ଷରୁ ନିମନ୍ତ୍ରଣ ରେଷ୍ଟୁରାଣ୍ଟରେ ସ୍ବତନ୍ତ୍ର ସାତ୍ତ୍ୱିକ ଓଡ଼ିଆ ଖାଦ୍ୟ ପ୍ଲେଟ୍‌ର ବ୍ୟବସ୍ଥା କରାଯାଇଛି। ୨୦ରୁ ୨୮ଜୁନ୍‌ ପର୍ଯ୍ୟନ୍ତ ଏଠାରେ ବିନା ପିଆଜ ରସୁଣରେ ଏହି ଖାଦ୍ୟ ଉପଲବ୍ଧ ହେବ। ଗୋଟିଏ ପ୍ଲେଟର ଦାମ୍‌ ୫୪୯ଟଙ୍କା ରହିଥିବାବେଳେ ଏଥିରେ ୧୫ ପ୍ରକାରର ଶୁଦ୍ଧ ବ୍ୟଞ୍ଜନ ମିଳିବ। ତେବେ ପ୍ରତ୍ୟେକ ଦିନେ ଅନ୍ତରରେ ଖାଦ୍ୟର ତାଲିକା ବଦଳିବ। ରଥଯାତ୍ରା ସମୟରେ ବହୁତ ଲୋକ ଶୁଦ୍ଧ ଓଡ଼ିଆ ଖାଦ୍ୟ ଖାଇବାକୁ ଚାହିଁଥାନ୍ତି। ତେଣୁ ସେମାନଙ୍କ ପାଇଁ ଏହି ବ୍ୟବସ୍ଥା ହୋଇଥିବା ସୋମବାର ଶହୀଦନଗରସ୍ଥିତ ନିମନ୍ତ୍ରଣଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଓଟିଡିସି ଅଧ୍ୟକ୍ଷ ଡ. ଲେଲିନ୍‌ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପର୍ଯ୍ୟଟନ ବିଭାଗ ଏବଂ ଓଡିଶା ପର୍ଯ୍ୟଟନ ବିକାଶ ନିଗମ ବର୍ଷବର୍ଷ ଧରି ଜନସାଧାରଣଙ୍କ ମଧ୍ୟରେ ଓଡିଆ ସଂସ୍କୃତି, ପର୍ବ ଏବଂ ରୋଷେଇକୁ ଲୋକପ୍ରିୟ କରିବା ପାଇଁ ପଦକ୍ଷେପ ନେଉଛି। ତେଣୁ ରଥଯାତ୍ରାର ୯ଦିନ ଧରି ନିମନ୍ତ୍ରଣ ରେଷ୍ଟୁରାଣ୍ଟରେ କୌଣସି ପ୍ରକାର ଆମିଷ ଖାଦ୍ୟ ପରଷା ଯିବନାହିଁ। ରାଜସିକ କିମ୍ବା ତାମସିକ ଖାଦ୍ୟ ପ୍ରସ୍ତୁତ ସାମଗ୍ରୀ ମଧ୍ୟ ରଖାଯିବ ନାହିଁ। ଏହି ଥାଳି ଉଭୟ ମଧ୍ୟାହ୍ନ ଓ ରାତ୍ରଭୋଜନରେ ଉପଲବ୍ଧ ହେବ। ଏହି ଅବସରରେ ଏକ ଖାଦ୍ୟ ସମାରୋହ ଆୟୋଜନ କରାଯାଇଥିଲା। ଏଥିରେ ୧୫୦ରୁ ଅଧିକ ଫୁଡ୍‌ ବ୍ଲଗର୍‌, ସୋସିଆଲ ମିଡିଆ ଇନଫ୍ଲୁଏନ୍ସରମାନେ ଅଂଶଗ୍ରହଣ କରିଥିଲେ। ସମ୍ମିଳନୀରେ କମ୍ପାନୀ ସେକ୍ରେଟାରୀ ପ୍ରଶାନ୍ତ ପଣ୍ଡା, ଓଟିଡିସି ମ୍ୟାନେଜର ରଞ୍ଜନ ମିଶ୍ର, ମୁଖ୍ୟ ସେଫ୍‌ ସଞ୍ଜୟ ସରକାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri