ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି। ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ସାରା ଦେଶରେ ଏହି ସଂଶୋଧନ ପ୍ରକ୍ରିୟା ଚାଲିଥିବା ବେଳେ ଦାରିଙ୍ଗବାଡି ବ୍ଲକରେ ମଧ୍ୟ ଏହାକୁ ବ୍ୟାପକ କରାଯାଇଛି।

ଏହି କାର୍ଯ୍ୟକ୍ରମ ଅଧୀନରେ ବୁଥ ସ୍ତରୀୟ ଅଧିକାରୀମାନେ ପ୍ରତ୍ୟେକ ଗ୍ରାମର ଘର ଘର ବୁଲି ମତଦାତା ସୂଚୀର ସଂଶୋଧନ କାର୍ଯ୍ୟକୁ ତନତନ କରି ଯାଞ୍ଚ କରୁଛନ୍ତି। ବ୍ଲକର ସମସ୍ତ କାର୍ଯ୍ୟକୁ ସୂଚାରୁରୂପେ ପରିଚାଳନା କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମୋଟ ୧୦୭ବୁଥ ରେ ୧୦୭ ଜଣ ବୁଥ ଲେବୁଲ ଅଫିସର(BLO) ଏବଂ ୧୩ ଜଣ ସୁପରଭାଇଜର ଏହି କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି |

ଦାରିଙ୍ଗବାଡି ବିଡ଼ିଓ ତଥା ସହ-ନିର୍ବାଚନ ଅଧିକାରୀ ପ୍ରୀତିରଞ୍ଜନ ରଥ ନିଜେ ବିଭିନ୍ନ ବୁଥ୍ ଅଞ୍ଚଳ ଗସ୍ତ କରି ଏହି କାର୍ଯ୍ୟର ପ୍ରତ୍ୟକ୍ଷ ତଦାରଖ କରିଛନ୍ତି। ସେ ବୁଥ୍ ଲେବୁଲ ଅଧିକାରୀ ଓ ସୁପରଭାଇଜରମାନଙ୍କ ସହ ସ୍ଥିତିର ସମୀକ୍ଷା କରିବା ସହିତ କାର୍ଯ୍ୟକୁ ସଠିକ୍ ଓ ସମୟସୀମା ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ସାଧାରଣ ଜନସାଧାରଣଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ବୁଥ୍ ଲେବୁଲ ଅଫିସରମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ସେ ପରାମର୍ଶ ଦେଇଛନ୍ତି।

ବିଡ଼ିଓଙ୍କ ଏହି ପରିଦର୍ଶନ ଓ ସମୀକ୍ଷା ସମୟରେ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି ଏବଂ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

ସୂଚନାଯୋଗ୍ୟ ଯେ, ଏହିପରି ଏକ ‘ସ୍ପେସିଆଲ ଇଣ୍ଟେନସିଭ ରିଭ୍ୟୁ (SIR)’ ବା ସ୍ୱତନ୍ତ୍ର ସଂଶୋଧନ ଏବଂ ମେପିଂ କାର୍ଯ୍ୟ ପୂର୍ବରୁ ଗତ ୨୦୦୨ ମସିହାରେ ହୋଇଥିଲା। ଦୀର୍ଘ ବର୍ଷ ପରେ ଚଳିତ ବର୍ଷ ପୁଣି ଥରେ ଏହାକୁ ନୂତନ ଭାବେ ସଂଶୋଧନ କରାଯାଉଥିବାରୁ ଏହା ମତଦାତା ସୂଚୀକୁ ଅଧିକ ସ୍ୱଚ୍ଛ ଓ ସତେଜ କରିବାରେ ସହାୟକ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ…

ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…

ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri