ଖୁବ୍‌ଶୀଘ୍ର କୋଚିଂ ସେଣ୍ଟର ପାଇଁ ଆସିବ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଥିବା ଘରୋଇ କୋଚିଂ ସେଣ୍ଟର ପରିଚାଳନା ପାଇଁ ଆସିବ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ତେବେ ଗାଇଡ୍‌ଲାଇନ୍‌ ପ୍ରସ୍ତୁତି ନେଇ ଆସନ୍ତା ୨୦ ତାରିଖରେ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ।

ପୁସ୍ତକ ଭବନସ୍ଥିତ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ରାଜ୍ୟର ପ୍ରମୁଖ ଘେରୋଇ କୋଚିଂ ସେଣ୍ଟର ପ୍ରତିନିଧିମାନେ ଯୋଗଦେବେ। ବିଶେଷ କରି ଖୋର୍ଦ୍ଧା, ଯାଜପୁର, ସମ୍ବଲପୁର, ସୁନ୍ଦରଗଡ଼ ଓ ବାଲେଶ୍ୱର ଆଦି ଜିଲାର ୨୫ ଅନୁଷ୍ଠାନରୁ ପ୍ରତିନିଧି ଯୋଗଦେବେ। ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗ ପକ୍ଷରୁ ଭୁବନେଶ୍ୱର, ସମ୍ବଲପୁର, ବାଲେଶ୍ୱରର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟକୁ ନିର୍ଦ୍ଦେଶ ଦିଅଯାଇଛି।

ସୂଚନାଥାଉକି, ରାଜ୍ୟରେ ପ୍ରାଥମିକ ଶିକ୍ଷାଠାରୁ ଆରମ୍ଭ କରି ଉଚ୍ଚଶିକ୍ଷା ସହ ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ପାଇଁ କୋଚିଂ ସେଣ୍ଟର ଖୋଲାଯାଉଛି। ଦିନକୁ ଦିନ ଏପରି କୋଚିଂସେଣ୍ଟର ସଂଖ୍ୟା ବଢ଼ିଚାଲିଥିବା ବେଳେ ଏସବୁର ପରିଚାଳନା ପାଇଁ କୌଣସି ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନ୍‌ ନ ଥିବାରୁ ବିଭିନ୍ନ ସମୟରେ ଅନେକ ଅଭିଯୋଗ ଆସୁଛି।

ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଅନେକ କୋଚିଂ ସେଣ୍ଟରରେ କୌଣସି ବ୍ୟବସ୍ଥା ନ ଥିବାବେଳେ ଆର୍ଥିକ ଶୋଷଣ ଭଳି ଅଭିଯୋଗ ଉଠିଛି। ତେଣୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରିବା ପାଇଁ ଛାତ୍ରୀଛାତ୍ର ଓ ଅଭିଭାବକ ଦାବିକରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri