ଭୁବନେଶ୍ୱର, ୧।୧(ବ୍ୟୁରୋ): ସିକିଲ୍ ସେଲ୍ ରୋଗର ନିରାକରଣ ପାଇଁ ରାଜ୍ୟରୁ ବ୍ଲକ୍ ସ୍ତର ପର୍ଯ୍ୟନ୍ତ ଆନୁଷ୍ଠାନିକ ବ୍ୟବସ୍ଥା କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ଜାତୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ସବ୍-କମିଟି ଗଠନ କରାଯାଇଛି। ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଏବଂ ପଛୁଆବର୍ଗ କଲ୍ୟାଣ ନିର୍ଦ୍ଦେଶକ ଏଥିରେ ସହ-ଅଧ୍ୟକ୍ଷ ଥିବାବେଳେ ଗଣଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶକଙ୍କୁ ସଦସ୍ୟ ରହିଛନ୍ତି। ଭେଲୋରସ୍ଥିତ ଖ୍ରୀଷ୍ଟିଆନ୍ ମେଡିକାଲ କଲେଜ ଏବଂ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକଙ୍କୁ ବୈଷୟିକ ସହଯୋଗୀ ଭାବେ କମିଟିରେ ଗ୍ରହଣ କରାଯାଇଛି। ସେହିପରି ଜିଲାସ୍ତରୀୟ କମିଟି ଜିଲାପାଳଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଛି। ସମ୍ପୃକ୍ତ ଏମ୍ପି କମିଟିର ସ୍ବତନ୍ତ୍ର ଅତିଥି ସଦସ୍ୟ ରହିବେ। ବ୍ଲକସ୍ତରୀୟ କମିଟି ବ୍ଲକ ମେଡିକାଲ ଅଫିସରଙ୍କ ଅଧ୍ୟକ୍ଷତାରେ କାମ କରିବ। ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଏହାର ସହ-ଅଧ୍ୟକ୍ଷ ରହିବେ। ଗଠନ ହୋଇଥିବା ସମସ୍ତ କମିଟି ସିକିଲ୍ ସେଲ୍ ବିଷୟରେ ସଚେତନତା, ଚିହ୍ନଟ ଏବଂ ଚିକିତ୍ସା ଆଦି କାର୍ଯ୍ୟକ୍ରମର ପରିଚାଳନା କରିବେ। ଏ ନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!
ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍ଜା…
ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!
୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…
SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ
ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…
ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ
କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…
ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ
ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…
କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ
ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…
ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ
ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…
ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

