Posted inଜାତୀୟ

କଳ୍ପନାଜଳ୍ପନା ଶେଷ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ଅଶୋକ ଗେହଲଟ

ନୂଆଦିଲ୍ଲୀ,୨୩।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରସ୍ତୁତି ସରଗରମ ହେଉଛି। ଅନେକ କଳ୍ପନାଜଳ୍ପନା ପରେ ଶେଷରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଯାଉଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ସେ ଶୁକ୍ରବାର ଏନେଇ ସ୍ପଷ୍ଟ କରିଛନ୍ତି।
ସେ କହିଛନ୍ତି, ମୁଁ କଂଗ୍ରେସ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବି। ଅଧ୍ୟକ୍ଷ ହେବା ପାଇଁ ରାହୁଲ ଗାନ୍ଧୀଙ୍କୁ ଅନେକ ଥର ବୁଝାଇବାକୁ ଚେଷ୍ଟା କରିଥିଲି। କିନ୍ତୁ ସେ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏଥର ଗାନ୍ଧୀ ପରିବାରର କେହି ନିର୍ବାଚନ ଲଢିବେ ନାହିଁ। ତେଣୁ ମୁଁ କଂଗ୍ରେସ ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବି। ମୁଁ ଶୀଘ୍ର ନାମାଙ୍କନ ଦାଖଲ କରିବାର ତାରିଖ ସ୍ଥିର କରିବ। ଦେଶର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ବିରୋଧୀଙ୍କୁ ମଜବୁତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।
୨୨ ସେପ୍ଟେମ୍ବରରେ ରାହୁଲ ଗାନ୍ଧୀଙ୍କ ସହ କେରଳର ଭାରତ ଯୋଡୋ ଯାତ୍ରାରେ ଯୋଗ ଦେଇଥିଲେ ଗେହଲଟ। ଏହି ସମୟରେ ରାହୁଲ ଗାନ୍ଧୀଙ୍କୁ ଶେଷ ଥର ପାଇଁ ବୁଝାଇବା ପାଇଁ ଚେଷ୍ଟା କରାଯାଇଥିଲା, କିନ୍ତୁ ରାହୁଲ ଏହାକୁ ମନା କରିଦେଇଥିଲେ।
ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ଘୋଷଣା ସହିତ ଅଶୋକ ଗେହଲଟ ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ, ସେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ସମୟରେ କିଏ ଏହି ଦାୟିତ୍ୱ ପାଇବେ ସୋନିଆ ଗାନ୍ଧୀ ଏବଂ ରାଜ୍ୟ ଦାୟିତ୍ୱରେ ଥିବା ନେତା ନିଷ୍ପତ୍ତି ନେବେ।
ଅଶୋକ ଗେହଲୋଟ ବର୍ତ୍ତମାନ ଅଧ୍ୟକ୍ଷ ହେବା ନିଶ୍ଚିତ ବୋଲି କୁହାଯାଉଛି। ଗେହଲଟଙ୍କ ବ୍ୟତୀତ ଶଶି ଥରୁର, ମନୀଷ ତିୱାରୀ ଏବଂ ଅନ୍ୟ କେତେକ ନେତା ମଧ୍ୟ ଏହି ଦୌଡରେ ଅଛନ୍ତି, କିନ୍ତୁ ଗେହଲଟ ସବୁଠାରୁ ବଡ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚନା କରାଯାଉଛି।
ସେପ୍ଟେମ୍ବର ୨୨ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କରାଯାଇଥିଲା। ସେପ୍ଟେମ୍ବର ୨୪ ରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରାଯିବ। ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଅକ୍ଟୋବର ୮। ଗୋଟିଏରୁ ଅଧିକ ପ୍ରାର୍ଥୀ ହେଲେ ଅକ୍ଟୋବର ୧୭ରେ ଭୋଟ ଗ୍ରହଣ କରାଯିବ ଏବଂ ଫଳାଫଳ ଅକ୍ଟୋବର ୧୯ରେ ଘୋଷଣା କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri