Posted inଜାତୀୟ

କଳ୍ପନାଜଳ୍ପନା ଶେଷ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ଅଶୋକ ଗେହଲଟ

ନୂଆଦିଲ୍ଲୀ,୨୩।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରସ୍ତୁତି ସରଗରମ ହେଉଛି। ଅନେକ କଳ୍ପନାଜଳ୍ପନା ପରେ ଶେଷରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଯାଉଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ସେ ଶୁକ୍ରବାର ଏନେଇ ସ୍ପଷ୍ଟ କରିଛନ୍ତି।
ସେ କହିଛନ୍ତି, ମୁଁ କଂଗ୍ରେସ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବି। ଅଧ୍ୟକ୍ଷ ହେବା ପାଇଁ ରାହୁଲ ଗାନ୍ଧୀଙ୍କୁ ଅନେକ ଥର ବୁଝାଇବାକୁ ଚେଷ୍ଟା କରିଥିଲି। କିନ୍ତୁ ସେ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏଥର ଗାନ୍ଧୀ ପରିବାରର କେହି ନିର୍ବାଚନ ଲଢିବେ ନାହିଁ। ତେଣୁ ମୁଁ କଂଗ୍ରେସ ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବି। ମୁଁ ଶୀଘ୍ର ନାମାଙ୍କନ ଦାଖଲ କରିବାର ତାରିଖ ସ୍ଥିର କରିବ। ଦେଶର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ବିରୋଧୀଙ୍କୁ ମଜବୁତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।
୨୨ ସେପ୍ଟେମ୍ବରରେ ରାହୁଲ ଗାନ୍ଧୀଙ୍କ ସହ କେରଳର ଭାରତ ଯୋଡୋ ଯାତ୍ରାରେ ଯୋଗ ଦେଇଥିଲେ ଗେହଲଟ। ଏହି ସମୟରେ ରାହୁଲ ଗାନ୍ଧୀଙ୍କୁ ଶେଷ ଥର ପାଇଁ ବୁଝାଇବା ପାଇଁ ଚେଷ୍ଟା କରାଯାଇଥିଲା, କିନ୍ତୁ ରାହୁଲ ଏହାକୁ ମନା କରିଦେଇଥିଲେ।
ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ଘୋଷଣା ସହିତ ଅଶୋକ ଗେହଲଟ ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ, ସେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ସମୟରେ କିଏ ଏହି ଦାୟିତ୍ୱ ପାଇବେ ସୋନିଆ ଗାନ୍ଧୀ ଏବଂ ରାଜ୍ୟ ଦାୟିତ୍ୱରେ ଥିବା ନେତା ନିଷ୍ପତ୍ତି ନେବେ।
ଅଶୋକ ଗେହଲୋଟ ବର୍ତ୍ତମାନ ଅଧ୍ୟକ୍ଷ ହେବା ନିଶ୍ଚିତ ବୋଲି କୁହାଯାଉଛି। ଗେହଲଟଙ୍କ ବ୍ୟତୀତ ଶଶି ଥରୁର, ମନୀଷ ତିୱାରୀ ଏବଂ ଅନ୍ୟ କେତେକ ନେତା ମଧ୍ୟ ଏହି ଦୌଡରେ ଅଛନ୍ତି, କିନ୍ତୁ ଗେହଲଟ ସବୁଠାରୁ ବଡ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚନା କରାଯାଉଛି।
ସେପ୍ଟେମ୍ବର ୨୨ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କରାଯାଇଥିଲା। ସେପ୍ଟେମ୍ବର ୨୪ ରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରାଯିବ। ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଅକ୍ଟୋବର ୮। ଗୋଟିଏରୁ ଅଧିକ ପ୍ରାର୍ଥୀ ହେଲେ ଅକ୍ଟୋବର ୧୭ରେ ଭୋଟ ଗ୍ରହଣ କରାଯିବ ଏବଂ ଫଳାଫଳ ଅକ୍ଟୋବର ୧୯ରେ ଘୋଷଣା କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri